ମେଗା ପାନୀୟ ଜଳ ପ୍ରକଳ୍ପ ସୁରକ୍ଷା କର୍ମୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଆନନ୍ଦପୁର,୧୭l୨(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ପୌରପରିଷଦ ୨ ନମ୍ବର ୱାର୍ଡ ପଦ୍ମପୁର ଗାଁର ଶୁକଦେବ ସାହୁ ସ୍ଥାନୀୟ ମେଗା ପାନୀୟ ଜଳପ୍ରକଳ୍ପ ରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟରତ ଥିଲେ। ତେବେ ଗତ ରବିବାର ସନ୍ଧ୍ୟାରୁ ସେ ଘରୁ ସାଇକେଲ ଯୋଗେ ଆନନ୍ଦପୁର ବ୍ୟାରେଜ ନିକଟରେ ଥିବା ମେଗା ପାନୀୟଜଳ ପ୍ରକଳ୍ପକୁ ଡ୍ୟୁଟି କରିବା ପାଇଁ ଆସି ଆଉ ଘରକୁ ଫେରି ନଥିଲେ।

ତେବେ ସକାଳୁ ସହକର୍ମୀ ତାଙ୍କ ମୃତ ଦେହକୁ ପଛ ପଟ ଗେଟ ତଥା ବୈତରଣୀ ନଦୀ କୂଳରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ଘଟଣା ପ୍ରଘଟ ହେଵା ପରେ ପରିବାର ଓ ଗାଁ ଲୋକେ ଘଟଣା ସ୍ଥଳକୁ ଆସି ପାରିପାର୍ଶ୍ଵିକ ସ୍ଥିତିକୁ ଦେଖିବା ପରେ ଏହା ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ପରିବାର ଲୋକେ ଶୋକାକୁଳ ଅବସ୍ଥାରେ ଥିବା ବେଳେ ନ୍ୟାୟ ଦାବିରେ ଗ୍ରାମବାସୀ ମାନେ ୫୩ନଂ ରାଜ୍ୟ ରାଜପଥ ଅବରୋଧ କରି ରାସ୍ତା ରୋକ କରିଥିଲେ । ଏତେ ବଡ଼ ପ୍ରକଳ୍ପ ରେ ସିସି କ୍ୟାମେରା ନଥିବାରୁ ଘଟଣା ର ସତ୍ୟାସତ୍ୟ କିଛି ଜଣା ପଡ଼ିନାହିଁ। ତେବେ ତୁରନ୍ତ ଏହାର ସଠିକ ତଦନ୍ତ କରି ଘଟଣାର ସତ୍ୟାସତ୍ୟ ଉନ୍ମୋଚନ କରିବାକୁ ମୃତକଙ୍କ ଭାଇ ଶିବାନନ୍ଦ ସାହୁ ଦାବୀ କରିଛନ୍ତି।

ଆନନ୍ଦପୁର ଥାନା ଅଧିକାରୀ ଲକ୍ଷ୍ମୀକାନ୍ତ ପ୍ରଧାନ କହିଛନ୍ତି ଯେ ମୃତ ଦେହ ଜବତ ହୋଇଛି। ମୃତକ ତଳେ ପଡିଥିବାରୁ ମୁହଁରେ କ୍ଷତ ଚିହ୍ନ ଅଛି, ଅନ୍ୟ କୋଉଠି ନାହିଁ। ପରିବାର ଲୋକ ଲିଖିତ ଅଭିଯୋଗ କରିଛନ୍ତି। ଘଟଣା ସ୍ଥଳରେ ରହି ତଦନ୍ତ କରୁଥିବାରୁ ମାମଲା ରୁଜୁ ହୋଇନି। ତଦନ୍ତ ସାରି ଥାନାକୁ ଗଲେ ମାମଲା ରୁଜୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri