ନିଖୋଜ ନାବାଳକଙ୍କ ଗଳିତ ମୃତଦେହ ଉଦ୍ଧାର,ହତ୍ୟା ସନ୍ଦେହ

କେନ୍ଦୁଝର, ୧୨ା୪ (ସ୍ବ.ପ୍ର.): ବାଂଶପାଳ ବ୍ଲକ ଅନ୍ତର୍ଗତ କରଙ୍ଗାଡିହି ଗ୍ରାମର ରଙ୍ଗାଧର ମହାକୁଡଙ୍କ ନିଖୋଜ ୮ବର୍ଷର ପୁଅ ଫକିର ମହାକୁଡଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି । ସେ ଗତ ୯ ତାରିଖଠାରୁ ନିଖୋଜ ହୋଇଯାଇଥିଲେ। ତେବେ ଆଜି ତାଙ୍କ ମୃତଦେହ ଘର ଠାରୁ ୫୦୦ ମିଟର ଦୂରରେ ମିଳିଛି । ଗାଁର ୨ ଜଣ ଲୋକ ଛେଳି ଚରାଇବାକୁ ଯାଇଥିବାବେଳେ ବିଲରେ ମୃତଦେହକୁ ଦେଖି ଘର ଲୋକଙ୍କୁ ଜଣାଇଥିଲେ ।
ସ୍ଥାନୀୟ କରଙ୍ଗାଡିହି ସରପଞ୍ଚ ବରୁଣ ଦେହୁରୀ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ସଦର ଏସଡିପିଓ ମହେନ୍ଦ୍ର ନାଥ ହେମ୍ବ୍ରମ,କାଞ୍ଜିପାଣି ଥାନା ଅଧିକାରୀ ସେକ ଆଜାରୁଦ୍ଦିନ ସାଇନଟିଫିକ ଟିମ୍‌ ସହ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି । ତେବେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଗତ ୯ତାରିଖ ନିଖୋଜ ପରେ ବାପା, ମାଆ ଏବଂ ଗାଁ ଲୋକ ନିକଟସ୍ଥ ଜଙ୍ଗଲରେ ଖୋଜାଖୋଜି କରି ନ ପାଇବା ପରେ ମଙ୍ଗଳବାର ତାଙ୍କ ବାପା ରଙ୍ଗାଧର କାଞ୍ଜିପାଣି ଥାନାରେ ଏ ସମ୍ପର୍କରେ ଏତଲା ଦେଇଥିଲେ । ପୋଲିସ ପକ୍ଷରୁ ନାବାଳକ ନିଖୋଜ ନେଇ ଏକ ମିସିଂ ରିପୋର୍ଟ କରାଯାଇଥିଲା । ତେବେ ବୁଧବାର ନାବାଳକର ମୃତଦେହ ମିଳିବା ପରେ ହତ୍ୟାକାଣ୍ଡ ନା ଆଉ କିଛି କିଛି କାରଣ ତାହାର ବ୍ୟବଚ୍ଛେଦ ପରେ ଜଣାପଡିବ ବୋଲି ବୋଲି କାଞ୍ଜିପାଣି ଥାନା ଅଧିକାରୀ ସେକ ଆଜାରୁଦ୍ଦିନ ସୂଚନା ଦେଇଛନ୍ତି । କାଞ୍ଜିପାଣି ପୋଲିସ କେସ ନଂ ୩୬/୨୦୨୩ ରେ ଏକ ମାମଲା ରୁଜୁ କରି ଗୁରୁବାର ଶବ ବ୍ୟବଚ୍ଛେଦ କରିବ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri