ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ ଥିବା ଜଣେ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ସାଇସୁରୁଣି ଗ୍ରାମର ବିଭୀଷଣ ଗୌଡ଼ (୪୩)। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ବିଭୀଷଣ ଗୁଣୁପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରାତ୍ର ଜଗୁଆଳି ଭାବେ କାମ କରୁଥିବାବେଳେ ଗତ ୧୭ ତାରିଖରୁ ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କର କୌଣସି ସନ୍ଧାନ ପାଇ ନ ଥିଲେ। ଶୁକ୍ରବାର ସକାଳେ ସ୍ଥାନୀୟ ଲୋକେ ପୋଲ ତଳ ପାଣିରେ ଏକ ମୃତଦେହ ଭାସୁଥିବା ଦେଖି କର୍ଲାପାଟ ଥାନାକୁ ସୂଚନା ଦେଇଥିଲେ। ଖବର ପାଇ ଥାନା ଅଧିକାରୀ ଶ୍ରୀକାନ୍ତ କୋଳକା ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଏ ନେଇ ମୃତକଙ୍କ ଭାଇ ଭାଗୀରଥି ଗୌଡ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୩୬/୨୫) ରୁଜୁ କରିଛି। ତେବେ ଗତ ୯ଦିନ ଧରି ବିଭୀଷଣ କେଉଁଠି ଥିଲେ ଓ ତାଙ୍କ ମୃତ୍ୟୁର ପ୍ରକୃତ କାରଣ କ’ଣ ସେ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଥାନା ଅଧିକାରୀ କୋଳକା ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri