ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା ଜଣକ ହେଲେ କଇଠଖଣ୍ଡି ଗ୍ରାମ ପନ୍ଦରା ସାହିର ସ୍ବର୍ଗତ ସାରଥୀ ଗୌଡ଼ଙ୍କ ସ୍ତ୍ରୀ ସୁବାସି ଗୌଡ଼(୭୩)।ପ୍ରତିଦିନ ଭଳି ବୃଦ୍ଧା ଜଣକ ସକାଳ ପ୍ରାୟ ୭ ଟାରେ ନଦୀ ଗଣ୍ଡକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ମିଳିନଥିଲା। ଅପରାହ୍ନ ପ୍ରାୟ ୩ ଟାରେ ମୃତଦେହ ନଦୀ ଗଣ୍ଡରେ ଭାସୁଥିବା କିଛି ବ୍ୟକ୍ତି ଦେଖିବା ପରେ ପରିବାର ଲୋକଙ୍କୁ ଜଣାଇଥିଲେ।ଖବରପାଇ ଦିଗପହଣ୍ଡି ଅଗ୍ନିଶମ ବାହିନୀ, ଦିଗପହଣ୍ଡି ଥାନା ଏଏସଆଇ କହ୍ନେଇ ମିର୍ଦ୍ଧା ଘଟଣାସ୍ଥଳରେ ପହଞ୍ଚି ବୃଦ୍ଧା ଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥଲେ। ଅସାବଧାନତା କାରଣରୁ ଗୋଡ଼ ଖସିଯିବାରୁ ସେ ଗଭୀର ପାଣି ଭିତରକୁ ଚାଲିଯାଇଥିବା ସନ୍ଦେହ କରାଯାଉଛି। ଏନେଇ ଦିଗପହଣ୍ଡି ଥାନାରେ ଏତଲା ହେବାପରେ ପୋଲିସ ଥାନା ଅପମୃତ୍ୟୁ ମାମଲା ନଂ.୬/୨୬ ଅନୁଯାୟୀ ସ୍ୱାସ୍ଥ୍ୟକେନ୍ଦ୍ର ରୁ ମୃତଦେହ ଜବତ କରିଛନ୍ତି।ଶନିବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ ପାତ୍ର ସୂଚନା ଦେଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri