ନିଖୋଜ ମହିଳାଙ୍କ ମୃତଦେହ ମିଳିଲା

ହିଞ୍ଜିଳିକାଟୁ,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗ୍ରାମର ଅମୂଲି ନାହାକ ପାରିବାରିକ କଳହରୁ ଗତ ତାରିଖରୁ ନିଖୋଜ ଥିଲେ। କବିସୂର୍ଯ୍ୟନଗର ଥାନା ଅଧିନସ୍ଥ ଜଗତି ପାହାଡ଼ରୁ ଶନିବାର ଅମୂଲିଙ୍କ ମୃତଦେହ ଜବତ ହୋଇଛି। ଅମୂଲିଙ୍କ ନିଖୋଜ ସମ୍ପର୍କରେ ପରିବାର ଲୋକେ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ଶନିବାର କୋଳିଦାସପୁର ନିକଟ ଜଗତି ପାହାଡ଼ ଜଙ୍ଗଲରେ ଜଣେ ମଇଁଷି ଚରାଳି ମୃତଦେହ ପଡ଼ିଥିବା ଦେଖି ଗ୍ରାମବାସୀଙ୍କୁ ଖବର ଦେଇଥିଲେ। ଗ୍ରାମବାସୀ ହିଞ୍ଜିଳି ପୋଲିସକୁ ଖବର ଦେଇଥିଲେ। ଖବରପାଇ ହିଞ୍ଜିଳି ଥାନାଧିକାରୀ ଅଭିମନ୍ୟୁ ଦାସ ଓ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଥିଲେ। କେଉଁ କାରଣ ନେଇ ଅମୂଲିଙ୍କ ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ ରହିଛି। ଅମୂଲିଙ୍କୁ ତାଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଚିହ୍ନଟ କରିଥିଲେ। ତେବେ ଉକ୍ତ ଅଞ୍ଚଳ କବିସୂର୍ଯ୍ୟନଗର ଅଧିନସ୍ଥ ହୋଇଥିବାରୁ କବିସୂର୍ଯ୍ୟନଗର ପୋଲିସ ପହଞ୍ଚି ଅମୂଲିଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଛି। ଏ ନେଇ କବିସୂର୍ଯ୍ୟନଗର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri