ବସଷ୍ଟାଣ୍ଡରେ ସାଙ୍ଗଙ୍କୁ ଛାଡ଼ିବାକୁ ଯାଇ ଘରକୁ ଫେରି ନ ଥିଲେ, ସାପୁଆ ନାଳରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଗୋପାଳପୁର,୧୭।୧(ନବୀନ ରାଜ ଆଚାରୀ): ଗତ ୧୪ ତାରିଖରୁ ନିଖୋଜ ଥିଲେ ଯୁବକ। ଶୁକ୍ରବାର ନାଳରେ ଭାସୁଥିବା ଅବସ୍ଥାରେ ଠାବ ହୋଇଛି ମୃତଦେହ। ମୃତକ ହେଲେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ପାଟପୁର ଗ୍ରାମର ଶାନ୍ତନୁ ନାୟକ (୨୩)। ଏ ନେଇ ଗୋଳନ୍ଥରା ଥାନା ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ନେଇ ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି ।

ସୂଚନା ଅନୁସାରେ, ଗୋଳନ୍ଥରା ଥାନା ଅଧୀନସ୍ଥ ପାଟପୁର ଗ୍ରାମର ଶାନ୍ତନୁ ଗତ ୧୪ ତାରିଖ ଦିନ ସାରେ ତାଙ୍କ ସାଙ୍ଗଙ୍କୁ ଛାଡିବା ପାଇଁ ବାଇକ ଯୋଗେ ବ୍ରହ୍ମପୁର ନୂଆ ବସଷ୍ଟାଣ୍ଡ ଯାଇଥିଲେl କୌଣସିି କଥାକୁ ନେଇ ଉଭୟଙ୍କ ମଧ୍ୟ୍ୟରେ ବଚସା ହୋଇଥିଲା l ରାତିରେ ଶାନ୍ତନୁଙ୍କ ଭଉଣୀ ତାଙ୍କ ସହ ଫୋନ୍‌ରେ କଥା ହେବା ସହ ଘରକୁ ଶୀଘ୍ର ଆସିବା ପାଇଁ କହିଥିଲେ। ହେଲେ ସେ ଆଉ ଘରକୁ ଫେରି ନ ଥିଲେ । ପରିବାରଲୋକେ ଆଖପାଖ ଅଞ୍ଚଳରେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ଶାନ୍ତନୁଙ୍କ କୌଣସି ଖୋଜଖବର ମିଳି ନଥିଲା। ଶେଷରେ ପରିବାର ପକ୍ଷରୁ ଗୁରୁବାର ଗୋଳନ୍ଥରା ଥାନାରେ ଶାନ୍ତନୁଙ୍କ ନିଖୋଜ ନେଇ ଏକ ଲିଖିତ ଅଭିଯୋଗ କରାଯାଇଥିଲା। ଏ ନେଇ ପୋଲିସ ୫/୨୫ ପ୍ରକାରେ ନିଖୋଜ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ମୃତ ଦେହ ଜାତୀୟ ରାଜପଥ କଡ ସାପୁଆ ନାଳରେ ଭାସୁଥିବା ଦେଖି ଲୋକମାନେ ପୋଲିସକୁ ଖବର ଦେଇଥିଲେ। ଗୋଶାଣୀନୂଆଗାଁ ଓ ଗୋଳନ୍ଥରା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ । ନାଳରୁ ମୃତଦେହକୁ ବାହାର କରି ଶାନ୍ତନୁଙ୍କ ପରିବାରକୁ ଅବଗତ କରାଇଥିଲେ। ସାଇଣ୍ଟିଫିକ ଟିମ୍‌ ଘଟଣା ସ୍ଥଳରେ ପହଂଚି ପାଣି ଓ ଅନ୍ୟ ନମୁନା ସଂଗ୍ରହ କରିଥିଲା। ଶାନ୍ତନୁଙ୍କ ବାପା ମୁରଲୀ ନାୟକ ମୃତଦେହ ଚିହ୍ନଟ କରିବା ସହ ତାଙ୍କ ପୁଅଙ୍କୁ ହତ୍ୟା କରିଥିବା ନେଇ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ । ଥାନାରେ ମାମଲା ନଂ ୩୬/୨୫ ପ୍ରକାରେ ହତ୍ୟା ମାମଲା ରୁଜୁ କରି ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲେ । ତେବେ ଶାନ୍ତନୁ ନିଖୋଜ ଥିବା ବେଳେ ଏଭଳି ଭାବେ ତାଙ୍କ ମୃତଦେହ ମିଳିବା ନେଇ ସନ୍ଦେହ ପ୍ରକଟ ହୋଇଛି। ଏ ନେଇ ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁକୁ ପଚାରିବାରୁ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚାଲିଛି ବ୍ୟବଚ୍ଛେଦ ରିପୋର୍ଟ ଆସିଲେ କାରଣ ସ୍ପଷ୍ଟ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri