ବସଷ୍ଟାଣ୍ଡରେ ସାଙ୍ଗଙ୍କୁ ଛାଡ଼ିବାକୁ ଯାଇ ଘରକୁ ଫେରି ନ ଥିଲେ, ସାପୁଆ ନାଳରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଗୋପାଳପୁର,୧୭।୧(ନବୀନ ରାଜ ଆଚାରୀ): ଗତ ୧୪ ତାରିଖରୁ ନିଖୋଜ ଥିଲେ ଯୁବକ। ଶୁକ୍ରବାର ନାଳରେ ଭାସୁଥିବା ଅବସ୍ଥାରେ ଠାବ ହୋଇଛି ମୃତଦେହ। ମୃତକ ହେଲେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ପାଟପୁର ଗ୍ରାମର ଶାନ୍ତନୁ ନାୟକ (୨୩)। ଏ ନେଇ ଗୋଳନ୍ଥରା ଥାନା ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ନେଇ ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି ।

ସୂଚନା ଅନୁସାରେ, ଗୋଳନ୍ଥରା ଥାନା ଅଧୀନସ୍ଥ ପାଟପୁର ଗ୍ରାମର ଶାନ୍ତନୁ ଗତ ୧୪ ତାରିଖ ଦିନ ସାରେ ତାଙ୍କ ସାଙ୍ଗଙ୍କୁ ଛାଡିବା ପାଇଁ ବାଇକ ଯୋଗେ ବ୍ରହ୍ମପୁର ନୂଆ ବସଷ୍ଟାଣ୍ଡ ଯାଇଥିଲେl କୌଣସିି କଥାକୁ ନେଇ ଉଭୟଙ୍କ ମଧ୍ୟ୍ୟରେ ବଚସା ହୋଇଥିଲା l ରାତିରେ ଶାନ୍ତନୁଙ୍କ ଭଉଣୀ ତାଙ୍କ ସହ ଫୋନ୍‌ରେ କଥା ହେବା ସହ ଘରକୁ ଶୀଘ୍ର ଆସିବା ପାଇଁ କହିଥିଲେ। ହେଲେ ସେ ଆଉ ଘରକୁ ଫେରି ନ ଥିଲେ । ପରିବାରଲୋକେ ଆଖପାଖ ଅଞ୍ଚଳରେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ଶାନ୍ତନୁଙ୍କ କୌଣସି ଖୋଜଖବର ମିଳି ନଥିଲା। ଶେଷରେ ପରିବାର ପକ୍ଷରୁ ଗୁରୁବାର ଗୋଳନ୍ଥରା ଥାନାରେ ଶାନ୍ତନୁଙ୍କ ନିଖୋଜ ନେଇ ଏକ ଲିଖିତ ଅଭିଯୋଗ କରାଯାଇଥିଲା। ଏ ନେଇ ପୋଲିସ ୫/୨୫ ପ୍ରକାରେ ନିଖୋଜ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ମୃତ ଦେହ ଜାତୀୟ ରାଜପଥ କଡ ସାପୁଆ ନାଳରେ ଭାସୁଥିବା ଦେଖି ଲୋକମାନେ ପୋଲିସକୁ ଖବର ଦେଇଥିଲେ। ଗୋଶାଣୀନୂଆଗାଁ ଓ ଗୋଳନ୍ଥରା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ । ନାଳରୁ ମୃତଦେହକୁ ବାହାର କରି ଶାନ୍ତନୁଙ୍କ ପରିବାରକୁ ଅବଗତ କରାଇଥିଲେ। ସାଇଣ୍ଟିଫିକ ଟିମ୍‌ ଘଟଣା ସ୍ଥଳରେ ପହଂଚି ପାଣି ଓ ଅନ୍ୟ ନମୁନା ସଂଗ୍ରହ କରିଥିଲା। ଶାନ୍ତନୁଙ୍କ ବାପା ମୁରଲୀ ନାୟକ ମୃତଦେହ ଚିହ୍ନଟ କରିବା ସହ ତାଙ୍କ ପୁଅଙ୍କୁ ହତ୍ୟା କରିଥିବା ନେଇ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ । ଥାନାରେ ମାମଲା ନଂ ୩୬/୨୫ ପ୍ରକାରେ ହତ୍ୟା ମାମଲା ରୁଜୁ କରି ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲେ । ତେବେ ଶାନ୍ତନୁ ନିଖୋଜ ଥିବା ବେଳେ ଏଭଳି ଭାବେ ତାଙ୍କ ମୃତଦେହ ମିଳିବା ନେଇ ସନ୍ଦେହ ପ୍ରକଟ ହୋଇଛି। ଏ ନେଇ ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁକୁ ପଚାରିବାରୁ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚାଲିଛି ବ୍ୟବଚ୍ଛେଦ ରିପୋର୍ଟ ଆସିଲେ କାରଣ ସ୍ପଷ୍ଟ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?