ଜଳପ୍ରପାତରେ ନିଖୋଜ ଯୁବକଙ୍କ ମୃତଦେହ ଜବତ

କୋକସରା,୧୨ା୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଡୋକାରୀଦର ଜଳପ୍ରପାତରେ ବୁଡ଼ି ନିଖୋଜ ଥିବା ଯୁବକଙ୍କ ମୃତଦେହ ମଙ୍ଗଳବାର ଜବତ ହୋଇଛି। ସୂଚନା ଅନୁସାରେ ଗତ ରବିବାର ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଡୁମେରମୁଣ୍ଡା ଗ୍ରାମର ୨ ଜଣ ଯୁବକ ବୁଲିବାକୁ ଆସି ଡୋକାରୀଦର ଜଳପ୍ରପାତ ଉପରୁ ସେଲଫି ନେଉଥିବା ବେଳେ ଅସାବଧାନତା କାରଣରୁ ଅଭିନାଶ ପରଜା (୨୧) ଜଳପ୍ରପାତ ଗଭୀର ଜଳରେ ବୁଡି ନିଖୋଜ ହୋଇଯାଇଥିଲେ। ତାଙ୍କ ସାଙ୍ଗ ଦିଲେଶ୍ୱର ଭତରା ଓ ଅନ୍ୟମାନେ ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧାନ ମିଳି ନ ଥିଲା। ପରେ କୋକସରା ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ବି ସୁଫଳ ମିଳି ନ ଥିଲା। ମଙ୍ଗଳବାର ସକାଳୁ ଅଗ୍ନିଶମ କର୍ମଚାରୀ ପୁଣି ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ଗଭୀର ପାଣିରୁ ଅଭିନାଶଙ୍କ ମୃତଦେହ ଠାବ କରିଥିଲେ। ଆମପାଣି ପୋଲିସ କୋକସରା ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ସଂକ୍ରାନ୍ତରେ ଆମପାଣି ଥାନାରେ ଏକ ଅପମୃତ୍ୟୁ ମାଲା (ନଂ.୧/୨୫) ରୁଜୁ ହୋଇଛି। ସୂଚନାଯୋଗ୍ୟ ଯେ, ବିଗତ ବର୍ଷରେ ମଧ୍ୟ ଏହି ଜଳପ୍ରପାତରେ ଜଣେ ଯୁବକ ସେଲଫି ନେବା ବେଳେ ଓ ଅନ୍ୟ ଜଣେ ଗାଧୋଇବା ବେଳେ ବୁଡିଯାଇ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର

ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri