ଚାଷ ଜମିରୁ ମିଳିଲା ମା, ପୁଅଙ୍କ ମୃତଦେହ

ହାଟଡିହୀ/କେନ୍ଦୁଝର.୧୪l୬(ଡ଼ି.ଏନ.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ହାବଳେଶ୍ୱର ପଞ୍ଚାୟତ ମଙ୍ଗରାଜପୁର ଆଦିବାସୀ ସାହି ନିକଟ ଏକ ଚାଷ ଜମିରୁ ପୋଲିସ ମା’, ପୁଅଙ୍କ ମୃତଦେହ ମଙ୍ଗଳବାର ଜବତ କରିଛି। ସେମାନେ ହେଲେ ମା’ ଜେମା ଦାସ (୫୫) ଏବଂ ପୁଅ ସନ୍ତା ଦାସ (୩୫)।

ବିଷାକ୍ତ ମହୁଲି ମଦ ପିଇ ମା, ପୁଅଙ୍କ ମୃତ୍ୟୁ ଘଟିଥିବା ଅଞ୍ଚଳରେ ଚର୍ଚ୍ଚା ହେଉଥିବା ବଳେ କିଛି ଲୋକ ଏହାକୁ ଅଂଶୁଘାତ ଜନିତ ମୃତ୍ୟୁ ବୋଲି କହୁଛନ୍ତି l ସୂଚନାଯୋଗ୍ୟ, ମା’ ଜେମା ଏବଂ ପୁଅ ସନ୍ତା ଶାଳନିଆ ପଞ୍ଚାୟତ ମନୋହରପୁର ଗ୍ରାମରେ ଏକ ସରକାରୀ ଜାଗାରେ ଘର କରି ରହୁଥିଲେ। ଏପରି କି ସେମାନେ ଘୁଷୁରୀ ପାଳନ ସହ ମୂଲ ଲାଗି ପେଟପାଟଣା କରୁଥିଲେ। ମଙ୍ଗଳବାର ସକାଳେ ସେମାନଙ୍କ ମୃତଦେହ ଚାଷ ଜମିରେ ପଡିଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇ ଥିଲେ। ନନ୍ଦିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri