ଝୁଲନ୍ତା ଅବସ୍ଥାରେ ମିଳିଲା ନାଏବ ସରପଞ୍ଚଙ୍କ ମୃତଦେହ, ମାମୁଙ୍କୁ ଫୋନ୍‌ କରି ଭାଣିଜୀ କହିଲା…

ଗୁଣୁପୁର,୧୨ା୯(ପ୍ରଦୀପ ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଡମ୍ବସରା ପଞ୍ଚାୟତର ନାଏବ ସରପଞ୍ଚଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ନାଏବ ସରପଞ୍ଚ ଜଣକ ହେଲେ ରଞ୍ଜିତା ତ୍ରିପାଠୀ। ସେ ନିଜ ଘର ପଦ୍ମପୁର ବ୍ଲକ ପେରୁପାଙ୍ଗ ଗାଁରେ ରହିଥିବା ବେଳେ ଗୁଣପୁର ବ୍ଲକ ଡମ୍ବସରା ପଞ୍ଚାୟତର ଆପନାଗୁଡ଼ା ଗାଁର ନରସିଂହ ତ୍ରିପାଠୀଙ୍କୁ ବିବାହ କରି ରହୁଥିଲେ। ସ୍ବାମୀଙ୍କୁ ଅଟକ ରଖି ଗୁଣୁପୁର ପୋଲିସ ତଦନ୍ତ ଜାରି ରଖିଛି। ମୃତ ରଞ୍ଜିତାଙ୍କୁ ତାଙ୍କ ସ୍ବାମୀ ନିର୍ଯାତନା ଦେଇ ଆସୁଥିବା ସହ ମରଣାନ୍ତକ ମାଡ଼ ମାରୁଥିଲେ। ଗତକାଲି ଅପରାହ୍ନରେ ରଞ୍ଜିତାଙ୍କ ଝିଅ ତାଙ୍କ ମାମୁଙ୍କୁ ମା’ର ମୃତ୍ୟୁ ଖବର ଜଣାଇଥିଲେ। ଏହା ପରେ ରଞ୍ଜିତାଙ୍କ ଭାଇ ଘଟଣାକ୍ରମକୁ ଦେଖି ଗୁଣପୁର ଥାନାରେ ଦ୍ବାରସ୍ଥ ହୋଇଥିଲେ। ନିର୍ଯାତନା ଦିଆଯାଇଥିବା ଅଭିଯୋଗ କରିବା ସହ ଘଟଣାର ତଦନ୍ତ କରିବା ପାଇଁ ଅନୁରୋଧ କରିଥିଲେ। ଏହା ହତ୍ୟା ନା ଆତ୍ମହତ୍ୟା ତା’ର ତଦନ୍ତ କରିବା ପାଇଁ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri