ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ କରିଛି। ମୃତ ବୃଦ୍ଧା ହେଲେ ଟିକ୍ରାପଡ଼ା ଗାଁ ପହରିଆ ପଡ଼ାର ହୀରାଦେଈ ପହରିଆ (୭୦)।

ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ଗାଁ ପୋଖରୀରେ ଗାଧୋଉଥିବା ସମୟରେ କେତେଜଣ ବ୍ୟକ୍ତି ଏକ ମୃତଦେହ ଭାସୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ। କୋମନା ଥାନା ଆଇଆଇସି ସୁମନ୍ତ ନାଏକଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ବୃଦ୍ଧାଙ୍କ ଗୋଡ଼ ହାତକୁ ଲୁଗାରେ ବନ୍ଧା ଯାଇଥିବା ଏବଂ ଓଜନିଆ ପଥର ବେକରେ ଝୁଲାଯାଇଥିବା ଅବସ୍ଥାରେ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କୋମନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା।

ମହିଳା ଜଣକ ଟିକ୍ରାପଡ଼ା ପହରିଆପଡ଼ାରେ ରହୁଥିବା ବେଳେ ତାଙ୍କ ସ୍ବାମୀଙ୍କ ବହୁବର୍ଷ ପୂର୍ବରୁ ମୃତ୍ୟୁ ହୋଇସାରିଛି। ତାଙ୍କର ଏକମାତ୍ର ଝିଅ ବୋଡ଼େନ ବ୍ଲକ୍‌ର ଏକ ଗାଁରେ ବିବାହ କରିଛନ୍ତି। ସେ ଏକୁଟିଆ ଘରେ ରହୁଥିଲେ। ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ଛାନ୍‌ଭିନ୍‌ କରୁଥିବା ବେଳେ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଜାରି ରଖିଛି।

ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ହୋଇ ଥାଇପାରେ ବୋଲି ଅଞ୍ଚଳବାସୀ ସନ୍ଦେହ କରୁଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁର କାରଣ ସ୍ପଷ୍ଟହେବ ବୋଲି ଆଇଆଇସି ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

CJP ପ୍ରଦର୍ଶନ ପ୍ରଭାବ! NDMCର ବଡ଼ ନିଷ୍ପତ୍ତି, ଏହି ସମୟରୁ ବନ୍ଦ ହେବ ଦୋକାନ

ନୂଆଦିଲ୍ଲୀ,୨୩ା୭: ଗୁରୁବାର ସନ୍ଧ୍ୟା ୬:୩୦ ସୁଦ୍ଧା ଜାତୀୟ ରାଜଧାନୀ ଦିଲ୍ଲୀର କନଟ୍ ପ୍ଲେସ୍ ଖାଲି ହୋଇପାରେ । ନୂଆଦିଲ୍ଲୀ ମ୍ୟୁନିସିପାଲ୍ କାଉନସିଲ୍ (NDMC)ର ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ…

ମଣିଷ-ହାତୀ ସଂଘର୍ଷ ପ୍ରଶମନକୁ ସୁଦୃଢ଼ କରିବା ପାଇଁ ପ୍ରୟାସ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ କେନ୍ଦୁଝରର ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ଅଧ୍ୟକ୍ଷତାରେ ମଣିଷ-ହାତୀ ସଂଘର୍ଷ ପ୍ରଶମନ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri