ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି। ଶରୀରର କିଛି ଅଂଶ ରାଇସ ମିଲରୁ ବାହାରି ଥିବା ପୋଡ଼ା କୁଣ୍ଡା ଭିତରେ ରହି ପୋଡ଼ିଯାଇଥିବା ଜଣାପଡ଼ିଛି। ମୃତ ବୃଦ୍ଧା ଜଣକ ଲାସେ ଗ୍ରାମର ବୁଧନୀ ଲାଖୁଆ(୬୫) ବୋଲି ଆଇଆଇସି ରାମ ପ୍ରସାଦ ନାଗ ସୂଚନା ଦେଇଛନ୍ତି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଏନେଇ ପୋଲିସ ଥାନାରେ ଏକ ମାମଲା(ନଂ.୨୯୯/୨୬) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସୋମବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ କହିଛି।

ମିଳିଥିବା ସୂଚନା ମୁତାବକ, ବୁଧନୀ ସ୍କ୍ରାପ ଗୋଟାଳି ହୋଇଥିବା ବେଳେ ଘଟଣା ଦିନ ରାଇସ ମିଲ ପରିସର ପୋଡ଼ା କୁଣ୍ଡା ଭିତରେ କିଭଳି ପଡ଼ିଲେ ସେନେଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଏପରିକି ରାଇସ ମିଲରେ ଥିବା ସୁରକ୍ଷା ଏବଂ ନିରାପତ୍ତା ବ୍ୟବସ୍ଥା ଦୁର୍ବଳ ଥିବାରୁ ବୁଧନି ରାଇସ ମିଲ ଭିତରକୁ ପଶି ଯିବାରେ ସକ୍ଷମ ହୋଇପାରିଲେ। ଏନେଇ ପୋଲିସ ପ୍ରାଥମିକ ତଦନ୍ତ କରି ରାଇସ ମିଲ ମାଲିକଙ୍କ ନାମରେ ଏକ ଏତଲା ଦାଏର କରି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri