୨୪ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

କୋକସରା,୨୯।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ଡୋକରୀଚଞ୍ଚରାର ଡୋକରୀଦରରେ ରବିବାର ଜଣେ ଯୁବକ ବୁଡି ନିଖୋଜ ହୋଇଯାଇଥିଲେ। ଘଟଣାର ୨୪ ଘଣ୍ଟା ପରେ ଭବାନୀପାଟଣା ଏବଂ କୋକସରା ଦମକଳ ଟିମ୍‌ର ମିଳିତ ପ୍ରୟାସରେ ସୋମବାର ମୃତଦେହ ଉଦ୍ଧାର ହୋଇଛି।

ସୂଚନା ଯୋଗ୍ୟ, ରବିବାର ଧର୍ମଗଡ଼ ସହରର ୪ ଜଣ ସାଙ୍ଗ ଡୋକରୀଚଞ୍ଚରାକୁ ବୁଲିବାକୁ ଆସିଥିଲେ। ପରେ ସେମାନେ ଡୋକାରୀଦର ଜଳପ୍ରପାତରେ ଗାଧେଇବା ଯାଇଥିଲେ। ସେତିକିବେଳେ ଅମନ ଅଗ୍ରୱାଲ(୨୫) ପାଣିରେ ବୁଡି ନିଖୋଜ ହୋଇଯାଇଥିଲେ। ଖବର ପାଇ ଆମପାଣି ପୋଲିସ ଓ କୋକସରା ଦମକଳ କର୍ମଚାରୀ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ହେଲେ ଅମନଙ୍କ କୌଣସି ପତ୍ତା ମିଳି ନ ଥିଲା। ସୋମବାର ସକାଳୁ ପୁଣି ଭବାନୀପାଟଣା ଓ କୋକସରା ଦମକଳ ଟିମ୍‌ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦୀର୍ଘ ୨୪ ଘଣ୍ଟା ପରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ପୋଲିସ ମୃତଦେହ ଜବତ କରି କୋକସରା ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ଆମପାଣି ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୩/୨୩) ରୁଜୁ କରି ତଦନ୍ତ ଚଳାଇଥିବା ଏଏସ୍‌ଆଇ ମନୋଜ ନାଏକ ସୂଚନା ଦେଇଛନ୍ତି।

ଉଦ୍ଧାର କାର୍ଯ୍ୟ ବେଳେ ଘଟଣାସ୍ଥଳରେ ଧର୍ମଗଡ଼ ଉପଜିଲାପାଳ ବେଦ ଭୂଷଣ, ଉପଖଣ୍ଡ ପୋଲିସ ଅଧିକାରୀ ଧିରଜ କୁମାର ଚୋପଦାର, ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକ, ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଜୁନାଗଡ଼ ଏନ୍‌ଏସି ଚେୟାରମ୍ୟାନ ମୁକେଶ ଅଗ୍ରୱାଲ, ଗୌତମ ଅଗ୍ରୱାଲ, ଶ୍ରୀକାନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ୍‌ କଟିବା ପରେ ସୂର୍ଯ୍ୟମଣିଙ୍କ ଘର ଆଗରେ ମେଳି

ଖଲ୍ଲିକୋଟ,୨୮ା୪(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକା ପ୍ରାର୍ଥୀ ରୂପେ ସୂର୍ଯ୍ୟମଣି ବୈଦ୍ୟଙ୍କ ନାମ ଘୋଷଣା ହୋଇଥିଲା କିନ୍ତୁ ଟିକେଟ୍‌ ପାଇଁ ନାମ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri