ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ସାରସକଣା,୨୮।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଜୋକା ପଞ୍ଚାାୟତ ଛକଠାରୁ ପ୍ରାୟ ୩୦୦ ମିଟର ଦୂର ଏକ ସ୍ବୟଂ ସହାୟକ ଗୋଷ୍ଠୀ ଘର ପଛପଟ ପଡ଼ିଆରୁ ଉଲଗ୍ନ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ଗୁରୁବାର ଉଦ୍ଧାର କରିଛି।

ପୁଅ ବାବଲୁ ମହାକୁଡ଼ଙ୍କ ଅଭିଯୋଗ ମୁତାବକ, ମା’ ନିନି ମହାକୁଡ(୫୫) ସବୁ ଦିନ ଭଳି ଦିଗାରିଶୋଳ ନିକଟସ୍ଥ ଏକ ମଦ ଭାଟିକୁ କାମ କରିବାକୁ ଯାଇଥିଲେ। ହେଲେ ସେ ମଙ୍ଗଳବାର ଘରୁକୁ ଫେରି ନ ଥିଲେ । ବହୁ ଖୋଜାଖୋଜି ପରେ ଗୁରୁବାର ପଡ଼ିଆରେ ମା’ଙ୍କ ମୃତଦେହ ପଡିଥିବା ଖବର ମିଳିଥିଲା। ସେ ପଡ଼ିଆରେ ପହଞ୍ଚି ମୃତଦେହ ଚିହ୍ନଟ କରି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଝାରପୋଖରିଆ ଥାନା ଅଧିକାରୀ, ଡିଏସ୍‌ପି ମୁକ୍ତି କୁମାର କୁଲୁ ଏବଂ ସବ୍‌ଇନ୍ସପେକ୍ଟର ମୋନାଲିସା ବେହେରା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ।

ପରେ ବାରିପଦାରୁ ଅନୁସନ୍ଧାନକାରୀ ଦଳ ସହିତ ବାରିପଦା ସଦର ଏସ୍‌ଡିପିଓ କେ.କେ ହରିପ୍ରସାଦ ପହଞ୍ଚି ଘଟଣାର ଯାଞ୍ଚ ଆରମ୍ଭ କରିଥିଲେ । ତେବେ ମଙ୍ଗଳବାର ରାତିରେ ନିଶାଗ୍ରସ୍ତ ଅବସ୍ଥାରେ କିଛି ବ୍ୟକ୍ତି ତାଙ୍କୁ ଉଠାଇଆଣି ପଡ଼ିଆରେ ପିଙ୍ଗି ଦେଇଥିବା କିଛି ଗ୍ରାମବାସୀ ଶୁଣିବାକୁ ପାଇଥିବା ପ୍ରକାଶ କରିଛନ୍ତି। ଏ ନେଇ ଝାରପୋଖରିଆ ଥାନାରେ ଏକ ମାମଲା(ନଂ.୧୬୯/୨୨) ରୁଜୁ ହୋଇଛି। ପୋଲିସ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆର୍‌ଏମ୍‌ ମେଡିକାଲକୁ ପଠାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ମାମଲାର ତଦନ୍ତ ଅଧିକାରିଣୀ ସବ୍‌ଇନ୍ସପେକ୍ଟର ମୋନାଲିସା ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri