ଆନ୍ଧ୍ରପ୍ରଦେଶ ପଥର ଖଦାନରେ ବିସ୍ଫୋରଣ: ଗାଁରେ ପହଞ୍ଚିଲା ଶ୍ରମିକଙ୍କ ମୃତଦେହ, ସମବେଦନା ଜଣାଇଲେ ମନ୍ତ୍ରୀ

ଧରାକୋଟ,୪।୮: ଦାଦନ ଦୁଃଖରେ ପୁଣି ପେଶି ହୋଇଛନ୍ତି ଧରାକୋଟ ବ୍ଲକର ଢଉଗାଁ ପଞ୍ଚାୟତ ବାହାଡାଗୁଡା ଗାଁର ମୁସା ଜେନା ଏବଂ ଓଳମ୍ବା ପଞ୍ଚାୟତ କସେଇ ଗାଁର ସନ୍ତୋଷ ଗୌଡ଼ଙ୍କ ପରିବାର । କାମ କରିବାକୁ ଯାଇ ଆନ୍ଧ୍ରପ୍ରଦେଶର ବାଲିକୁରଭା ମଣ୍ଡଳର ମଲାୟାପୁଲମ ଗାଁ ନିକଟ ପଥର ଖଦାନରେ ବିସ୍ଫୋରଣ ଘଟି ଗଞ୍ଜାମ ଓ ଗଜପତି ଜିଲାର ୬ଜଣ ଶ୍ରମିକଙ୍କ ରବିବାର ମୃତ୍ୟୁ ଘଟିଥିଲା। ୬ଜଣଙ୍କ ମଧ୍ୟରେ ଧରାକୋଟ ବ୍ଲକର କସେଇ ଗାଁର ସନ୍ତୋଷ ଗୌଡ଼ ୩୬ ଓ ବାହାଡ଼ାଗୁଡା ଗାଁର ମୁସା ଜେନା ୪୩ଙ୍କ ମୃତ୍ୟୁ ଘଟିଛି।

ସୋମବାର ଆନ୍ଧ୍ରପ୍ରଦେଶ ପ୍ରଶାସନ ପକ୍ଷରୁ ଆମ୍ବୁଲାନ୍ସ ଯୋଗେ ୬ଜଣଙ୍କ ମୃତଦେହ ଓଡ଼ିଶା ପଠାଯାଇଥିଲା। ଧରାକୋଟ ତହସିଲଦାର ଲମ୍ବୋଦର ମାରାଣ୍ଡି ଏବଂ ଭାରପ୍ରାପ୍ତ ବିଡିଓ ସୁଶିଲ ପଟ୍ଟନାୟକ ଶ୍ରମିକ ସନ୍ତୋଷ ଏବଂ ମୁସାଙ୍କ ମୃତଦେହକୁ ପରିବାରର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।

ଅନ୍ୟପକ୍ଷେ ଅତିରିକ୍ତ ଜିଲାପାଳ ଛତ୍ରପୁର ସନ୍ତୋଷ କୁମାର ପୃଷ୍ଟି, ଭଞ୍ଜନଗର ଉପ ଜିଲାପାଳ ଉମା ଶଙ୍କର ବେହେରା, ସହକାରୀ ଶ୍ରମ ଅଧିକାରୀ ହୃଷୀକେଶ ରାଓଙ୍କ ଉପସ୍ଥିତିରେ ଗାଁ ଶ୍ମଶାନରେ ଶ୍ରମିକମାନଙ୍କ ଅନ୍ତିମ ଶତ୍କାର କରାଯାଇଛି।

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ବାଣିଜ୍ୟ, ପରିବହନ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ଏବଂ ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ, ଆସିକା ଜିଲା ଭାଜପା ସଭାପତି ବିଜୟ ସ୍ବାଇଁ, ଭାଜପା ନେତା ଉତ୍ତମ ପାଣିଗ୍ରାହୀ ପ୍ରମୁଖ ଗାଁରେ ପହଞ୍ଚି ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଥିଲେ ।

ଏହି ଅବସରରେ ଆନ୍ଧ୍ର ସରକାରଙ୍କ ପକ୍ଷରୁ ୨୦୦୦୦ ହଜାର ଟଙ୍କା ଓ ରେଡକ୍ରସ ପକ୍ଷରୁ ୩୦୦୦୦ ହଜାର ଟଙ୍କା ମୋଟ ୫୦୦୦୦ ହଜାର ଟଙ୍କା ଉଭୟ ପରିବାର ଲୋକଙ୍କୁ ପ୍ରଦାନ କରାଯାଇଥିଲା। ଏପରିକି ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ପାଇଁ ଘୋଷଣା କରାଯାଇଛି।

ସ୍ବାମୀ ମୁସାଙ୍କୁ ହରାଇ ସ୍ତ୍ରୀ ମଞ୍ଜୁଳା, ପୁଅ ଆଲୋକ ଏବଂ ଝିଅ ରୂପାଲି ବେସାହାରା ହୋଇପଡିଥିବା ବେଳେ ସନ୍ତୋଷଙ୍କୁ ହରାଇ ସ୍ତ୍ରୀ ରିନା, ଝିଅ ତପସ୍ୟା ଓ ଆଶା ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri