କେନାଲ ହିଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ

ଦିଗପହଣ୍ଡି/ଚିକିଟି,୧୨ା୫(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ନାରାୟଣପୁର ଗ୍ରାମ ନିକଟ ରାସ୍ତା କଡ଼ କେନାଲ ହିଡ଼ରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ କେ.ନୂଆଗାଁ ଥାନା ପୋଲିସ ଜବତ କରିଛନ୍ତି। ମୃତକଙ୍କ ପରିଚୟ ମିଳିପାରିନାହିଁ। ତାଙ୍କ ମୁଣ୍ଡ ଓ ମୁହଁରେ ଗଭୀର ଆଘାତ ଲାଗିଛି। ଖବରପାଇ କେ.ନୂଆଗାଁ ଥାନା ଆଇଆଇସି କିଶୋର କୁମାର ସାମଲ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ କରି ଫେରିଛନ୍ତି। ପାରିପାଶର୍‌ବିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଆଇଆଇସି କହିଛନ୍ତି। ଜବତ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri