ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି।

ମୃତ କଏଦୀ ହେଉଛନ୍ତି ସାକ୍ଷୀଗୋପାଳ ଡାହାଣ କୁମ୍ଭାରପଡ଼ାର ଦୀପ୍ତିରଞ୍ଜନ ସ୍ବାଇଁ। ଶୌଚାଳୟରୁ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ପରେ ତାଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିବା ପରେ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି। ତେବେ ତାଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି କି ଜେଲ୍‌ ମଧ୍ୟରେ ଦୀପ୍ତିଙ୍କୁ କେହି ହତ୍ୟା କରିଛନ୍ତି।

Dharitri – Odisha’s No.1 Odia Daily

Share