ରେଳ ଟ୍ରାକ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୯।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ବସନ୍ତପୁର ଏବଂ ସୀତାବିଞ୍ଜ ରେଳ ଷ୍ଟେଶନ ମଧ୍ୟରେ ଟ୍ରେନ୍‌ ଟ୍ରାକ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ରବିବାର ରାତିରେ ଟାଟା ବିଶାଖାପାଟଣା ସାପ୍ତାହିକ ଏକ୍ସପ୍ରେସରୁ ଖସି ପଡିଥିବା ସନ୍ଦେହ କରାଯାଉଛି । ଏନେଇ ଭଦ୍ରକ ଜିଆରପିଏସ ୟୁଡି କେସ ନଂ-୮୫, ୧୭/୧୧/୨୦୨୫ ରେ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ମୃତଦେହକୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଶବ ଗୃହ ଘରେ ସଂରକ୍ଷିତ ରଖାଯାଇଛି ବୋଲି ରେଳବାଇ ଥାନା ଅଧିକାରୀ ସୁଶାନ୍ତ କୁମାର ସେଠୀ ସୂଚନା ଦେଇଛନ୍ତି । ମୃତକଙ୍କ ବୟସ ୩୫ ହେବ। ଜ୍ୟାକେଟ ଓ ପ୍ୟାଣ୍ଟ ପିନ୍ଧିଥିଲେ। ତାଙ୍କର ମୁଣ୍ଡରେ ଗୁରୁତର ଆଘାତ ଲାଗି କ୍ଷତାକ୍ତ ଅବସ୍ଥାରେ ମିଳିଛନ୍ତି। ଏପରି ବ୍ୟକ୍ତିଙ୍କ ନିଖୋଜ ବିଷୟରେ କୌଣସି ସୂଚନା ମିଳେ ତେବେ ପୋଲିସକୁ ସୂଚିତ କରିବାକୁ ରେଳବାଇ ପୋଲିସ ନିବେଦନ କରିଛି।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri