ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର ହୋଇଛି। ମୃତଦେହ ପଚି ଯାଇଥିବା ବେଳେ ପୋକ ସାଲୁବାଲୁ ହୋଇଥିବା ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ମୃତ ଦେହର ପରିଚୟ ଜଣାପଡ଼ିନାହିଁ। ପୋଲିସ ମାମଲା ନଂ ୧୯/୨୦୨୬ ରୁଜୁ କରିଛି। ବିଧିବଦ୍ଧ ଭାବେ ଇନ୍‌କ୍ୱାରୀ କାର୍ଯ୍ୟ ସମ୍ପନ୍ନ କରିବା ପରେ ମୃତଦେହକୁ ପୋଷ୍ଟମର୍ଟମ ପରୀକ୍ଷା ନିମନ୍ତେ ଫରେନ୍‌ସିକ୍‌ ମେଡିସିନ ଓ ଟକ୍ସିକୋଲୋଜି ବିଭାଗର ଡାକ୍ତରଙ୍କ ନିକଟକୁ ପ୍ରେରଣ କରାଯାଇଛି l ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ୪ରୁ ୫ ଦିନ ପୂର୍ବେ ମୃତ ମହିଳା ଜଣକ ଏ ଅଞ୍ଚଳରେ ବୁଲୁଥିଲେ। ଆନନ୍ଦପୁର ଏସଡିପିଓ କମଳ କୁମାର ପଣ୍ଡା କହିଛନ୍ତି, ମାମଲାର ତଦନ୍ତ ଜାରି ରହିଛି ଏବଂ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri