ଝରଣା ପାଖରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ: ପୂର୍ବତନ ଏବିଓ ସନ୍ଦେହ

ଥୁଆମୂଳ ରାମପୁର,୦୬।୧୧-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ଥାନା ଅଧୀନସ୍ଥ କିଆପଦର୍‌ ଅଞ୍ଚଳ ର ଏକ ଝରଣା ନାଳ ପାଖରୁ ଏକ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି।

ମିଳିଥିବା ସୂଚନାରୁ ଜଣାଯାଏ ଯେ, ଅଜଣା ବ୍ୟକ୍ତି ଜଣକଙ୍କ ଗଳିତ ମୃତଦେହ କିଆପଦର୍‌ ପାଖ ଫରେଷ୍ଟ ୱାଚ ଟାୱାରର ପଛପଟ ପାଖାପାଖି ୫ରୁ ୬ କିଲୋମିଟର ଦୂର ଏକ ଝରଣା ନାଳରେ ବଡ଼ ବଡ଼ ପଥରରେ ଛନ୍ଦି ହୋଇ ରହିଥିବା ସେ ଅଞ୍ଚଳର କିଛି ଲୋକ ଦେଖି ସ୍ଥାନୀୟ ସରପଞ୍ଚ ଲଖିଧର ମାଝୀଙ୍କୁ ଜଣାଇବାରୁ ସରପଞ୍ଚ କର୍ଲାପାଟ ଥାନକୁ ସୂଚନା ଦେଇଥିଲେ l ତେବେ ସୂଚନା ପାଇ କର୍ଲାପାଟ ଥାନ ଅଧିକାରୀ ଶ୍ରୀକାନ୍ତ କୋଲକା ଏବଂ ତାଙ୍କ ଏକ ଟିମ ଘଟଣାସ୍ଥଳରେ ଯାଇ ପହଞ୍ଚି ଶବ ଉଦ୍ଧାର କରି ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ଶବ ବ୍ୟବଚ୍ଛେଦ ପାଇଁ ନେଇଥିବା ଜଣାପଡିଛି l

ପ୍ରକାଶଯୋଗ୍ୟ ଯେ, ଗତ ଅକ୍ଟୋବର ୨ ତାରିଖ ଦିନ ଥୁଆମୂଳ ରାମପୁର ବ୍ଲକରେ ପ୍ରବଳ ବର୍ଷା ହୋଇଥିଲା ଏବଂ ସେତିକି ବେଳେ ହାର୍ଡଖୁର୍ସି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ ଦାସ ଏବଂ ପୂର୍ବତନ ଏବିଓ ଦିଲୀପ କୁମାର ଦାସ ଦୁହେଁ ଏକ ମୋଟର ସାଇକେଲ ଯୋଗେ ଭବାନୀପାଟଣା ଯାଉଥିବା ସମୟରେ ସେମେଲପଦର୍‌ ପାଖ ପୋଲ ଉପରେ ପ୍ରଖର ବେଗରେ ବର୍ଷା ପାଣି ଯାଉଥିଲା ଠିକ ସେତିକି ବେଳେ ବାଇକ ଭାସି ଯାଇଥିଲା ଏବଂ ପରବର୍ତ୍ତୀ ସମୟରେ ପ୍ରଦୀପଙ୍କ ମୃତ୍ୟୁ ହୋଇଥିବା ବେଳେ ଦିଲୀପଙ୍କ ପତ୍ତା ମିଳି ନ ଥିଲା। ତେବେ ନିଖୋଜର ଦୀର୍ଘ ୩୦ ରୁ ୩୧ଦିନ ପରେ ଏଭଳି ଏକ ଅଜଣା ଶବ ଉଦ୍ଧାର ହୋଇଥିବାରୁ ନିଖୋଜ ଦିଲୀପ ଦାସଙ୍କ ପରିବାର ପକ୍ଷରୁ ଆମ ଲୋକଙ୍କ ମୃତଦେହ ଏହା ବୋଲି ଦାବି କରୁଥିବା ବେଳେ କିନ୍ତୁ ଶବ ବ୍ୟବଚ୍ଛେଦ ଏବଂ ଡିଏନଏ ଟେଷ୍ଟ ପରେ ହିଁ ପ୍ରକୃତ ସତ୍ୟ ଜଣାପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ ଏନେଇ ୟୁ.ଡି କେସ ନଂ ୦୫/୨୫ରେ ମାମଲା ରୁଜ୍ଜୁ କରି ଅଧିକ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ଶ୍ରୀ କୋଲକା ଆମ ଧରିତ୍ରୀକୁ ସୂଚନା ଦେଇଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri