ଗାଁରେ ପହଞ୍ଚିଲା ଶ୍ରମିକଙ୍କ ମୃତଦେହ

ମାଧପୁର,୪।୧୦: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ତେଣ୍ଠେଇପାଲି ଗ୍ରାମର ଶ୍ରମିକ ଦୁଆରୀ ନାଏକ(୫୦)ଙ୍କ ମୃତଦେହ ଗୁଜରାଟରୁ ଆସି ସୋମବାର ଭୋର୍‌ ପ୍ରାୟ ୩ଟା ୩୦ରେ ଗ୍ରାମରେ ପହଞ୍ଚିଛି। ଗତ ୧ ତାରିଖରେ ସେ ଗୁଜରାଟର ସୁରଟରେ ପ୍ରାଣ ହରାଇଥିଲେ। ସୋମବାର ଭୋର୍‌ ପ୍ରାୟ ୩ଟା ୫୦ ମିନିଟ ସମୟରେ ତାଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଥିଲା। ମୃତଦେହ ହସ୍ତାନ୍ତର ସମୟରେ ସହକାରୀ ଶ୍ରମ ଅଧିକାରୀ ଦେବ ପ୍ରସାଦ ମହାନ୍ତି, ସ୍ଥାନୀୟ ସରପଞ୍ଚ ଉପସ୍ଥିତ ଥିଲେ। ମୃତ ଶ୍ରମିକଙ୍କ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ରେଡ୍‌କ୍ରସ ପକ୍ଷରୁ ଉପଜିଲାପାଳ ତରଣୀ ସୁନା ମୃତଦେହ ସତ୍କାର ପାଇଁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ, ଶ୍ରମିକ ଦୁଆରୀ ସୁରଟରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଗତ ୧ ତାରିଖରେ ତାଙ୍କର କୌଣସି କାରଣରୁ ମୃତ୍ୟୁ ଘଟିଥିଲା। ତେବେ ତାଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ ମୃତଦେହ ଗଁାକୁ ଆଣିବାକୁ ଅସହାୟ ମଣିଥିଲେ। ଏ ନେଇ ସ୍ଥାନୀୟ ସରପଞ୍ଚ ସିଦ୍ଧାର୍ଥ ଶଙ୍କର କ୍ଷେତି ଆଠମଲ୍ଲିକ ଉପଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମାଧପୁର ଅଞ୍ଚଳର ସାମାଜିକ କର୍ମୀ ପ୍ରିୟଦର୍ଶିନୀ ସ୍ବାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ ଠାରୁ ଆରମ୍ଭ କରି ଶ୍ରମ ବିଭାଗ ପର୍ଯ୍ୟନ୍ତ ଟୁଇଟ ଯୋଗେ ବାର୍ତ୍ତା ପ୍ରେରଣ କରିଥିଲେ। ଏହାପରେ ରାଜ୍ୟ ସରକାର ତ୍ୱରିତ ପଦକ୍ଷେପ ନେଇ ମୃତଦେହ ସୁରଟରୁ ଶ୍ରମିକଙ୍କ ଗ୍ରାମକୁ ଆଣିବାର ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri