ଗାଁରେ ପହଞ୍ଚିଲା ଶ୍ରମିକଙ୍କ ମୃତଦେହ

ମାଧପୁର,୪।୧୦: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ତେଣ୍ଠେଇପାଲି ଗ୍ରାମର ଶ୍ରମିକ ଦୁଆରୀ ନାଏକ(୫୦)ଙ୍କ ମୃତଦେହ ଗୁଜରାଟରୁ ଆସି ସୋମବାର ଭୋର୍‌ ପ୍ରାୟ ୩ଟା ୩୦ରେ ଗ୍ରାମରେ ପହଞ୍ଚିଛି। ଗତ ୧ ତାରିଖରେ ସେ ଗୁଜରାଟର ସୁରଟରେ ପ୍ରାଣ ହରାଇଥିଲେ। ସୋମବାର ଭୋର୍‌ ପ୍ରାୟ ୩ଟା ୫୦ ମିନିଟ ସମୟରେ ତାଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଥିଲା। ମୃତଦେହ ହସ୍ତାନ୍ତର ସମୟରେ ସହକାରୀ ଶ୍ରମ ଅଧିକାରୀ ଦେବ ପ୍ରସାଦ ମହାନ୍ତି, ସ୍ଥାନୀୟ ସରପଞ୍ଚ ଉପସ୍ଥିତ ଥିଲେ। ମୃତ ଶ୍ରମିକଙ୍କ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ରେଡ୍‌କ୍ରସ ପକ୍ଷରୁ ଉପଜିଲାପାଳ ତରଣୀ ସୁନା ମୃତଦେହ ସତ୍କାର ପାଇଁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ, ଶ୍ରମିକ ଦୁଆରୀ ସୁରଟରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଗତ ୧ ତାରିଖରେ ତାଙ୍କର କୌଣସି କାରଣରୁ ମୃତ୍ୟୁ ଘଟିଥିଲା। ତେବେ ତାଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ ମୃତଦେହ ଗଁାକୁ ଆଣିବାକୁ ଅସହାୟ ମଣିଥିଲେ। ଏ ନେଇ ସ୍ଥାନୀୟ ସରପଞ୍ଚ ସିଦ୍ଧାର୍ଥ ଶଙ୍କର କ୍ଷେତି ଆଠମଲ୍ଲିକ ଉପଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମାଧପୁର ଅଞ୍ଚଳର ସାମାଜିକ କର୍ମୀ ପ୍ରିୟଦର୍ଶିନୀ ସ୍ବାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ ଠାରୁ ଆରମ୍ଭ କରି ଶ୍ରମ ବିଭାଗ ପର୍ଯ୍ୟନ୍ତ ଟୁଇଟ ଯୋଗେ ବାର୍ତ୍ତା ପ୍ରେରଣ କରିଥିଲେ। ଏହାପରେ ରାଜ୍ୟ ସରକାର ତ୍ୱରିତ ପଦକ୍ଷେପ ନେଇ ମୃତଦେହ ସୁରଟରୁ ଶ୍ରମିକଙ୍କ ଗ୍ରାମକୁ ଆଣିବାର ବ୍ୟବସ୍ଥା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri