ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କଙ୍କ ପରିଚୟ ମିଳି ପାରିନାହିଁ। ତେବେ ପାରିପାଶର୍ବିକ ସ୍ଥିତିରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ହୋଇ ଥାଇପାରେ ବୋଲି ଅନୁମାନ କରାଯାଉଛି। ଭଟଲି ଥାନା ପୋଲିସ ଏହାର ଅଧିକ ତଦନ୍ତ କରୁଛି।