ପରିତ୍ୟକ୍ତ ଖଣି ପାଣିରୁ ମିଳିଲା ଯୁବକଙ୍କ ମୃତଦେହ

କେନ୍ଦୁଝର,୧୫ା୪(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ତୁଳସୀଚଉରା ଗ୍ରାମ ନିକଟରେ ଥିବା ଏକ ବନ୍ଦ ପଥର ଖଣି ପାଣି ଭିତରୁ ଏକ ମୃତଦେହ ଜବତ ହୋଇଛି। ମୃତ ଯୁବକଙ୍କ ନାମ ଭବେଶ ପିଠାଡିଆ (୨୦) ଏବଂ ତାଙ୍କ ଘର କେନ୍ଦୁଝର ସହର ବୁଲା ଦୁଆର ସାହି ବୋଲି ଜଣାପଡିଛି। ଶନିବାର ଆଜି ଅପରାହ୍ନରେ ମୃତଦେହ ଭାସୁଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ମୃତ ଭବେଶ ଧରଣୀଧର ସ୍ବୟଂଶାସିତ କଲେଜରେ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷରେ ପଢୁଥିଲେ। ଅଗ୍ନିଶମ କର୍ମଚାରୀ ପାଣି ଭିତରୁ ମୃତଦେହ ଉଦ୍ଧାର କରିଛନ୍ତି। ଟାଉନ ପୋଲିସ ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ବାପା ହରିଶ ପିଠାଡିଆଙ୍କ ଏତଲାକ୍ରମେ ଅପମୃତ୍ୟୁ କେସ୍‌ ନଂ ୩୫/୨୦୨୩ ରେ ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇଛି। ଘଟଣାସ୍ଥଳରୁ ଏକ ବାଇକ,ମୋବାଇଲ, ବ୍ୟାଗ୍‌ ଜବତ କରିଛି। ତେବେ ଏହା ଏକ ଆତ୍ମହତ୍ୟା ନା ହତ୍ୟା ତାହା ଜଣାପଡ଼ିନାହିଁ । ଆତ୍ମହତ୍ୟା କରିଥିବା ଯୁବକଙ୍କ ସହ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକ ଗତ କିଛି ଦିନ ହେବ ଉକ୍ତ ପରିତ୍ୟକ୍ତ ଖଣିକୁ ଯାଉଥିଲେ। ପୋଲିସ ଏହାର ତଦନ୍ତ କଲେ ଜଣାପଡ଼ିବ ବୋଲି ଅଞ୍ଚଳରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri