ରେଳଧାରଣାରୁ ଯୁବକଙ୍କ ମୃତଦେହ ଜବତ

ବ୍ରହ୍ମପୁର ଅଫିସ,୧୭ା:  ଗଞ୍ଜାମ ଜିଲା ଗୋପାଳପୁର ଲେବଲକ୍ରସିଂ ନିକଟ ରେଳଧାରଣାରୁ ଜିଆରପି ପୋଲିସ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ମୃତକ ଜଣଙ୍କ ଗୋପାଳପୁର ଥାନା ଅନ୍ତର୍ଗତ ଭଞ୍ଜବିହାରର କୈଳାସ ଗୌଡ଼ଙ୍କ ପୁଅ ଦୀପକ କୁମାର (୨୬)। ପୋଲିସ ମୃତ ଦୀପକଙ୍କ ପକେଟରୁ ଏକ ମନିପର୍ସ ଜବତ କରିଛି। ସେଥିରେ ୧୧୦୦ ଟଙ୍କା, ଅନ୍ୟାନ୍ୟ କାଗଜପତ୍ର ଥିବା ପୋଲିସ କହିଛି। ସେହିପରି ଏକ ମୋବାଇଲ ମଧ୍ୟ ଜବତ ହୋଇଥିବା ଜଣାପଡ଼ିଛି। ଖବର ପାଇ ଦୀପକଙ୍କ ଭାଇ ରାଜେଶ ଗୌଡ଼ ଓ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ମୃତଦେହ ଜବତ କରି ୧୬/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ପ୍ରାଥମିକ ଅନୁସନ୍ଧାନରୁ ଦୀପକ କୌଣସି ଏକ ଘରୋଇ ଅଶାନ୍ତିକୁ କେନ୍ଦ୍ରକରି ମାନସିକ ଚାପରୁ ଟ୍ରେନ୍‌ ଆଗକୁ ଆସି ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି।

ଘଟଣାରୁ ପ୍ରକାଶ, ଦୀପକ ଜଣେ ଅଟୋ ଚାଳକ ଅଟନ୍ତି। କୌଣସି କାରଣରୁ ସେ ଗୁରୁବାର ରାତିରେ ଘରକୁ ଫେରି ନ ଥିଲେ। ଏନେଇ ପରିବାର ଲୋକେ ଚିନ୍ତିତ ଥିଲେ। ଗୋପାଳପୁର ଲେବଲ କ୍ରସିଂ ରେଳଧାରଣାରେ ମୃତଦେହ ପଡ଼ିଥିବା ଖବର ପାଇ ତାଙ୍କ ପରିବାର ଲୋକେ ସେଠାରେ ପହଞ୍ଚିଥିଲେ। ସେଠାରେ ପୋଲିସ ଉପସ୍ଥିତିରେ ମୃତ ଦୀପକଙ୍କୁ ତାଙ୍କ ଭାଇ ରାଜେଶ  ଚିହ୍ନଟ କରିଥିବା ପୋଲିସ ଠାରୁ ସୂଚନା ମିଳିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଜାରି ରଖିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri