କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା ଗ୍ରାମର ଝସକେତନ ନାଏକ (୩୫)।

ସୂଚନା ଅନୁସାରେ ଝସକେତନ ସକାଳ ୮ଟା ସମୟରେ ମୁଖ୍ୟ କେନାଲ ପାତ୍ରବସା ଘାଟକୁ ଗାଧୋଇବାକୁ ଯାଇଥିବାବେଳେ ଅସାବଧାନତାବଶତଃ ପାଣିରେ ବୁଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ଏହା ଜାଣିବା ପରେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ଖବର ପାଇ କଲମପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବାହାର କରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କଲମପୁର ଥାନା ଅଧିକାରୀ ସୁନିଲୋ କଣ୍ଡାଗରି, ଏସ୍‌ଆଇ ଶିବଶଙ୍କର ମହାନ୍ତି ମୃତଦେହ ଜବତକରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛି।

Share