ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ ଗ୍ରାମର ସିଦ୍ଧାନ୍ତ ଗାଣ୍ଟା। ତେବେ ଗାଁ ନିକଟରେ ଥିବା ଏକ ଚାଷ ଜମିରେ ସିଦ୍ଧାନ୍ତର ମୃତଦେହ ମିଳିଥିବା ବେଳେ କିଛି ଦୂରରେ ତାଙ୍କ ମୋଟର ସାଇକେଲ ପଡିଛି। ଆଜି ସକାଳୁ ଗାଁର କିଛି ଲୋକ ମୃତ ଦେଖିବା ପରେ ପରିବାର ଲୋକେ ଓ ପଞ୍ଚାୟତର ସରପଞ୍ଚଙ୍କୁ ଜଣାଇଥିଲେ। ତେବେ ପରିବାର ଲୋକେ ସିନ୍ଧାନ୍ତକୁ କେହି ହତ୍ୟା କରିଥିବା ସନ୍ଦେହ କରୁଛନ୍ତି।

ଖବର ପାଇ ଶେଷଖାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ତଦନ୍ତ ଆରମ୍ଭ କରିଛି। ରବିବାର ସିଦ୍ଧାନ୍ତ କୈଣସି ଏକ କାମରେ ରାୟଗଡା ସହରକୁ ଯାଇଥିଲେ। ତେବେ ରାତି ପର୍ଯ୍ୟନ୍ତ ସେ ଘରକୁ ଫେରି ନ ଥିବା ବେଳେ ପରିବାର ଲୋକେ ଚିନ୍ତାରେ ପଡିଯାଇଥିଲେ। ସୋମବାର ସକାଳୁ ଗ୍ରାମ ନିକଟ ଚାଷ ଜମିରେ ତାଙ୍କର ମୃତଦେହ ପଡିଛି। ଏହି ଘଟଣାକୁ ନେଇ ବାଇସିଂ ଅଞ୍ଚଳରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri