ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତକଙ୍କ ବୟସ ୨୫ ବର୍ଷ ହୋଇଥିବା ଅନୁମାନ କରାଯାଉଥିବା ବେଳେ ଯୁବକ ଜଣଙ୍କ ଗୋଟିଏ ହାପ୍‌ ପେଣ୍ଟ ପିନ୍ଧିଥିବା ବେଳେ ତାଙ୍କ ପାଖରୁ ଅଧିକ କିଛି ଜିନିଷ ମିଳିନି।

ଖବର ପାଇ ବଡଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଯୁବକ ଜଣକ ଶରୀରର କିଛି ଅଂଶ କଳା ପଡି ଯାଇଥିବା ଦେଖିବାକୁ ମିଳିଛି। ଘଟଣା ସମ୍ପର୍କରେ ଅଧିକ ତଦନ୍ତ ପାଇଁ ଆସିକା ଏସଡିପିଓ ସନ୍ତୋଷ ଜେନା ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ବଡଗଡ ଥାନାଧିକାରୀ ସନ୍ତୋଷ ବେହେରା କହିଛନ୍ତି ଆନୁମାନିକ ୭ଦିନ ହେବ ଏହି ମୃତକଙ୍କ ମୃତଦେହ ଏପରି ପଡିରହିଥିବା ଅନୁମାନ କରାଯାଉଛି ଏବଂ ଟାଣ ଖରା ଯୋଗୁ ସଂପୂର୍ଣ୍ଣ ଶରୀର କଳା ପଡିଯାଇଛି। ଶରୀର ସମ୍ପୂର୍ଣ୍ଣ କଳା ପଡିଯାଇଥିବାରୁ ଚିହ୍ନିବା ସମ୍ଭବ ହେଉନାହିଁ।

କୌଣସି ବ୍ୟକ୍ତିଙ୍କ ପାଖରେ ଯଦି ଏହି ଯୁବକଙ୍କ ସମ୍ପର୍କରେ କୌଣସି ସୂଚନା ଥାଏ ତେବେ ବଡଗଡ ଥାନାଧିକାରୀଙ୍କ ସହ ଯୋଗାଯୋଗ କରିବା ପାଇଁ କୁହାଯିବା ସହ ଫୋନ ନମ୍ବର ଦିଆଯାଇଛି। ଘଟଣା ସମ୍ପର୍କରେ ପୋଲିସ ତଦନ୍ତ କରୁଛି ବୋଲି ବଡଗଡ ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri