NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ ନିକଟରେ ଛିଡ଼ା ହୋଇଥିବା ଏକ ହାଇୱା ଗାଡ଼ିର ବନ୍ଦ କେବିନ୍ ଭିତରୁ ଗୁରୁବାର ସନ୍ଧ୍ୟାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ନିକିରେଇ ଥାନା ଚକରଘୁନାଥପୁର ଗ୍ରାମର ପ୍ରଫୁଲ୍ଲ ଜେନା (୩୬)। ପରିବାର ପକ୍ଷରୁ ଏହାକୁ ଏକ ସନ୍ଦେହଜନକ ମୃତ୍ୟୁ ବୋଲି ଦର୍ଶାଇ ଥାନାରେ ଅଭିଯୋଗ କରାଯିବା ପରେ ପୋଲିସ ହାଇୱା ସହ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ, ଲକ୍ଷ୍ମୀନାରାୟଣପୁର ଛକ ନିକଟରେ (OD-04-U-2531) ନମ୍ବର ବିଶିଷ୍ଟ ଏକ ହାଇୱା ଦୀର୍ଘ ସମୟ ଧରି ଛିଡ଼ା ହୋଇ ରହିଥିଲା ଏବଂ ତା’ର କେବିନ୍ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ଥିଲା। ଏହା ଦେଖି ସ୍ଥାନୀୟ ଲୋକଙ୍କ ମଧ୍ୟରେ ସନ୍ଦେହ ଜାତ ହେବାରୁ ସେମାନେ ଭିତରକୁ ଚାହିଁ ଜଣେ ଯୁବକ ଅଚେତ ଅବସ୍ଥାରେ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ।

ପ୍ରଫୁଲ୍ଲଙ୍କ ସମ୍ପର୍କୀୟ ଭାଇ ନିହାର ରଞ୍ଜନ ଜେନାଙ୍କ ସୂଚନା ମୁତାବକ, ବୁଧବାର ପ୍ରଫୁଲ୍ଲ ଓ ତାଙ୍କ ସହଯୋଗୀ ଅନ୍ୟ ଦୁଇଜଣ ଡ୍ରାଇଭର ତିନୋଟି ହାଇୱା ରାସ୍ତାକଡ଼ରେ ରଖି ଘରକୁ ଯାଇଥିଲେ। ଗୁରୁବାର ସକାଳେ ସମସ୍ତେ ଗାଡ଼ି ପାଖକୁ ଫେରିଥିଲେ। ଅନ୍ୟ ଦୁଇଜଣ ହାଇୱା ନେଇ ପାରାଦ୍ୱୀପ ବାହାରିଯାଇଥିବା ବେଳେ ପ୍ରଫୁଲ୍ଲ “ମତେ ନିଦ ଲାଗୁଛି” କହି କେବିନ୍ ଭିତରେ ଶୋଇପଡ଼ିଥିଲେ।

ବାଟରେ ପ୍ରଫୁଲ୍ଲଙ୍କ ଗାଡ଼ି ଆସିବାରେ ବିଳମ୍ବ ଦେଖି ଅନ୍ୟ ଦୁଇ ଡ୍ରାଇଭର ତାଙ୍କୁ ବାରମ୍ବାର ଫୋନ୍ କରିଥିଲେ ମଧ୍ୟ ପ୍ରଫୁଲ୍ଲ ଫୋନ୍ ଉଠାଇ ନ ଥିଲେ। ସେମାନେ ପାରାଦ୍ୱୀପରୁ ମାଲ୍ ଅନଲୋଡ୍ କରି ସନ୍ଧ୍ୟାରେ ଫେରିବା ବେଳେ ପ୍ରଫୁଲ୍ଲଙ୍କ ଗାଡ଼ି ସେମିତି ଛିଡ଼ା ହୋଇଥିବା ଦେଖି ସ୍ଥାନୀୟ ଲୋକଙ୍କ ସହାୟତାରେ କେବିନ୍ ଦ୍ୱାର ଖୋଲିଥିଲେ ଏବଂ ଭିତରେ ପ୍ରଫୁଲ୍ଲଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ।

ଘଟଣା ସମ୍ପର୍କରେ ଜାଣିବା ପରେ ପ୍ରଫୁଲ୍ଲଙ୍କ ସମ୍ପର୍କୀୟମାନେ ତୁରନ୍ତ ଡେରାବିଶ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହ ହାଇୱା ଗାଡ଼ିଟିକୁ ନିଜ ହେପାଜତକୁ ନେଇଛି। ପରିବାର ଲୋକେ ଏହାକୁ ଏକ ସନ୍ଦେହଜନକ ମୃତ୍ୟୁ ବା ହତ୍ୟାକାଣ୍ଡ ବୋଲି ସନ୍ଦେହ କରୁଥିବାରୁ ପୋଲିସ ସମସ୍ତ ଦିଗକୁ ଆଧାର କରି ତଦନ୍ତ ଚଳାଇଛି।

ପ୍ରଫୁଲ୍ଲଙ୍କ ବାପା ବାର୍ଦ୍ଧକ୍ୟ ଓ ରୋଗ ଜନିତ କାରଣରୁ ଦୀର୍ଘ ଦିନ ହେବ ଶେଯରେ ପଡ଼ିରହିଥିବା ବେଳେ, ପରିବାରର ଏକମାତ୍ର ରୋଜଗାରିଆ ପୁଅ ଚାଲିଯିବା ପରେ ତାଙ୍କ ସ୍ତ୍ରୀ ଓ ୪ ବର୍ଷର କୋମଳମତି ଝିଅ ସମ୍ପୂର୍ଣ୍ଣ ଅସହାୟ ହୋଇପଡ଼ିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଗଭୀର ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri