ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଲୋଇସିଂହା ଅଞ୍ଚଳର ତେନ୍ତୁଳିଖୁଣ୍ଟି ଗ୍ରାମର ସୁଦର୍ଶନ ପଟେଲ(୨୩) ବୋଲି ସୂଚନା ମିଳିଛି।
ଘଟଣା ସମ୍ପର୍କରେ ଖବର ପାଇ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ରେଳ ଟ୍ରାକ୍‌ରୁ ମୃତଦେହ ଉଦ୍ଧାର କରିଛି। ମୃତଦେହକୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ବ୍ୟବଚ୍ଛେଦ ଗୃହରେ ରଖାଯାଇ ବ୍ୟବଚ୍ଛେଦ କରାଯାଇଛି। ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ସେ ଏକ ବାଇକ୍‌ରେ ଆସି ଦେଓଗାଁ ଥାନା ଅଞ୍ଚଳରେ ରଖିଦେଇ ଟ୍ରେନ୍‌ ଟ୍ରାକ୍‌କୁ ଯାଇଥିବା ଅନୁମାନ କରାଯାଉଛି। ଦେଓଗାଁ ପୋଲିସ ରାସ୍ତା ଉପରେ ଥୁଆ ହୋଇଥିବା ଏକ ପଲସର୍‌ ବାଇକ୍‌କୁ ଥାନାକୁ ଆଣି ରଖିଥିବା ବେଳେ ମୃତ ଯୁବକ ସୁଦର୍ଶନଙ୍କ ପକେଟରୁ ଏକ ବାଇକ୍‌ ଚାବି ବାହାରିବା ପରେ ଦେଓଗାଁ ପୋଲିସ ଜବତ କରିଥିବା ବାଇକ୍‌ ସୁଦର୍ଶନଙ୍କର ବୋଲି ଜଣାପଡ଼ିଥିଲା l ଘଟଣାର ପ୍ରକୃତ କାରଣ କ’ଣ ଏବଂ ସୁଦର୍ଶନଙ୍କ ମୃତ୍ୟୁ କିପରି ହେଲା, ସେ ନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?