ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ ଅମ୍ବାପାଲିର ଜୁଗନୁ ସୁନା(୩୫)। ତେବେ କିଭଳି ସ୍ଥିତିରେ ତାଙ୍କ ମୃତ୍ୟୁ ହୋଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଜୀରାନଦୀରେ ମୃତଦେହ ପଡ଼ିଥିବା ଖବର ପାଇ ସ୍ଥାନୀୟ ପୋଲିସ ଏବଂ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳକୁ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ଏହାପରେ ବ୍ୟବଚ୍ଛେଦ ପାଇଁ ବରଗଡ଼ ଡାକ୍ତରଖାନାକୁ ପଠାଯାଇଛି। ପୋଲିସ ଏହାର କାରଣ ଜାଣିବା ପାଇଁ ତଦନ୍ତ ଚଳାଇଛି।

