ଲକ୍ଷ୍ମୀଜୋର୍‌ ପୋଲ ଉପରୁ ଯୁବକଙ୍କ ମୃତଦେହ ଜବତ: ମିଳିଲା ଲୁହା ପାଇପ୍‌, ହତ୍ୟା ସନ୍ଦେହ

ବଲାଙ୍ଗୀର,୩୧।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ୨୬ ନମ୍ବର ଜାତୀୟ ରାଜପଥ ସତ୍ୟନାରାୟଣପଡା ନିକଟ ଲକ୍ଷ୍ମୀଯୋର ପୋଲ ଉପରୁ ବଲାଙ୍ଗୀର ଟାଉନ ପୋଲିସ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ । ମୃତ ଯୁବକ ଜଣକ ହେଲେ ବଲାଙ୍ଗୀର ସହର ଗେଟ୍ସରୋବରପଡାର ଚିଣ୍ଟୁ କରନ (୨୬।) କିଭଳି ପରିସ୍ଥିତିରେ ଯୁବକଙ୍କ ମତ୍ୟୁହେଲା ତାହା ସ୍ପଷ୍ଟ ହୋଇନାହିଁ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ କିଛି ଯୁବକ ଆକ୍ରମଣ କରି ମାରିଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଏହି ଘଟଣାରେ ଜଣେ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି । ସୋମବାର ଅପରାହ୍ନରେ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳକୁ ଯାଇ ଲକ୍ଷ୍ମୀଯୋର ବ୍ରିଜ ତଳୁ ଏକ ଜରି ବସ୍ତା ଢଙ୍କା ଯାଇଥିବା ଲୁହା ପାଇପ୍‌କୁ ଜବତ କରିଛନ୍ତି । ଏହି ଲୁହା ପାଇପରେ ମୃତ ଯୁବକଙ୍କୁ ଆକ୍ରମଣ କରାଯାଇଥାଇପାରେ ବୋଲି ସନ୍ଦେହ କରାଯାଉଛି । ତେବେ ଏହି ଲୁହା ପାଇପ୍‌ ସହ ଯୁବକଙ୍କ ମତ୍ୟୁ ଘଟଣାର କ’ଣ ସମ୍ପର୍କ ରହିଛି ତାହା ଏସ୍‌ଡିପିଓ ସାହୁ କହିନାହାନ୍ତି । ପୋଲିସ ପକ୍ଷରୁ ତଦନ୍ତ ଚାଲିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri