ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାହାଡାଗୁଡ଼ା ଗ୍ରାମ ବୁଲାଣି ରାସ୍ତାକଡରୁ ମଙ୍ଗଳବାର ସକାଳେ ପାଟପୁର ପୋଲିସ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ମୃତକ ଜଣକ ହେଲେ ବାଙ୍ଗରଡ଼ା ଗ୍ରାମର ସୁରଥ ଚୌଧୁରୀଙ୍କ ପୁଅ ଆଖଣ୍ଡଳ ଚୌଧୁରୀ(୨୬)। ସେ ରାତି ପ୍ରାୟ ୧୦ଟାରେ ଡେଙ୍ଗାଓସ୍ତା ଗ୍ରାମରୁ କାମସାରି ବୁଲେଟ ମୋଟରସାଇକେଲ ନଂ. ଓଡ଼ି୦୭ ଏଜେ -୫୫୮୭) ଯୋଗେ ଗାଁକୁ ଫେରୁଥିଲେ। ରାସ୍ତାର ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତାକଡର ଏକ ଖଜୁରୀ ଗଛକୁ ଧକ୍କା ଦେଇ ପଡ଼ିଯାଇଥିଲେ। ରାତି ପ୍ରାୟ ୨ଟାରେ କିଛି ବ୍ୟକ୍ତି ଫାସିଗୁଡ଼ା ଗ୍ରାମକୁ ଯାଉଥିବା ବେଳେ ସେ ରାସ୍ତାରେ ରକ୍ତାକ୍ତ ହୋଇ ଚେତାଶୂନ୍ୟ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ପରେ ତାଙ୍କ ଘରକୁ ଯାଇ ଖବର ଦେଇଥିଲେ। ପାରିପାଶର୍‌ବିକ ସ୍ଥିତିରୁ ଦୁର୍ଘଟଣାରେ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତାଙ୍କ ବାପା ସୁରଥ ପାଟପୁର ଥାନାରେ ଏତଲା ଦେବାପରେ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବା ପରେ ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ପୋଲିସ ଘଟଣାସ୍ଥଳରୁ ବୁଲେଟ ମୋଟରସାଇକେଲ( ନଂ. ଓଡ଼ି ୦୭ ଏଜେ – ୫୫୮୭)କୁ ଜବତ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?