ଥାନା ସମ୍ମୁଖରୁ ମିଳିଲା ଝୁଲନ୍ତା ମୃତଦେହ

ବ୍ରହ୍ମପୁର ଅଫିସ,୧୩।୨: ଗୋଶାଣିନୁଆଗାଁ ଥାନା ସମ୍ମୁଖରୁ ପୋଲିସ ସୋମବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ମୃତକଙ୍କ ପରିଚୟ ମିଳି ନ ଥିବା ପୋଲିସ କହିଛି। ଏପରି କି ସେ ପିନ୍ଧିଥିବା ଏକ ପ୍ୟାଣ୍ଟ ଅଣ୍ଟାରୁ ଖସି ତଳେ ପଡିଯାଇଥିବାରୁ ଯାହାକୁ ପୋଲିସ ଜବତ କରିଛି। ମୃତକଙ୍କ ବୟସ ୩୫ରୁ ୪୦ ବର୍ଷ ମଧ୍ୟରେ ହେବ ବୋଲି ପୋଲିସ ଅନୁମାନ କରୁଛି।

ଅନ୍ୟପକ୍ଷେ ମୃତ ଯୁବକ ଜଣଙ୍କ ମାନସିକ ଅନଗ୍ରସର ଥିବା ପୋଲିସ ସ୍ଥାନୀୟ ଲୋକଙ୍କଠାରୁ ଜାଣିବାକୁ ପାଇଛି। ଯୁବକ ଜଣକ ଗଛରେ ଚଢି ନିଜ ବେକରେ ଲୁଗା ବାନ୍ଧି ତଳକୁ ଡେଇଁ ଆତ୍ମହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି। ପୋଲିସ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା(ନଂ.୭/୨୩) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।
ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ଚିହ୍ନଟ ପାଇଁ ଏମ୍‌କେସିଜି ମେଡିକାଲ ଶବ ସଂରକ୍ଷଣ ଗୃହରେ ରହିଛି। ଯୁବକ ଜଣକ ଥାନା ସମ୍ମୁଖ ଗଛରେ ଚଢି ଆତ୍ମହତ୍ୟା କରିବା ବେଳେ ପୋଲିସର କିପରି ନଜର ନ ପଡିବା ସେଥିପ୍ରତି ସ୍ଥାନୀୟ ଲୋକେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri