ଥାନା ସମ୍ମୁଖରୁ ମିଳିଲା ଝୁଲନ୍ତା ମୃତଦେହ

ବ୍ରହ୍ମପୁର ଅଫିସ,୧୩।୨: ଗୋଶାଣିନୁଆଗାଁ ଥାନା ସମ୍ମୁଖରୁ ପୋଲିସ ସୋମବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ମୃତକଙ୍କ ପରିଚୟ ମିଳି ନ ଥିବା ପୋଲିସ କହିଛି। ଏପରି କି ସେ ପିନ୍ଧିଥିବା ଏକ ପ୍ୟାଣ୍ଟ ଅଣ୍ଟାରୁ ଖସି ତଳେ ପଡିଯାଇଥିବାରୁ ଯାହାକୁ ପୋଲିସ ଜବତ କରିଛି। ମୃତକଙ୍କ ବୟସ ୩୫ରୁ ୪୦ ବର୍ଷ ମଧ୍ୟରେ ହେବ ବୋଲି ପୋଲିସ ଅନୁମାନ କରୁଛି।

ଅନ୍ୟପକ୍ଷେ ମୃତ ଯୁବକ ଜଣଙ୍କ ମାନସିକ ଅନଗ୍ରସର ଥିବା ପୋଲିସ ସ୍ଥାନୀୟ ଲୋକଙ୍କଠାରୁ ଜାଣିବାକୁ ପାଇଛି। ଯୁବକ ଜଣକ ଗଛରେ ଚଢି ନିଜ ବେକରେ ଲୁଗା ବାନ୍ଧି ତଳକୁ ଡେଇଁ ଆତ୍ମହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି। ପୋଲିସ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା(ନଂ.୭/୨୩) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।
ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ଚିହ୍ନଟ ପାଇଁ ଏମ୍‌କେସିଜି ମେଡିକାଲ ଶବ ସଂରକ୍ଷଣ ଗୃହରେ ରହିଛି। ଯୁବକ ଜଣକ ଥାନା ସମ୍ମୁଖ ଗଛରେ ଚଢି ଆତ୍ମହତ୍ୟା କରିବା ବେଳେ ପୋଲିସର କିପରି ନଜର ନ ପଡିବା ସେଥିପ୍ରତି ସ୍ଥାନୀୟ ଲୋକେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri