ଶ୍ୱଶୁର ଘର ଯିବାକୁ ବାହାରି ଥିଲେ, ମିଳିଲା ନାଳରୁ ମୃତଦେହ

ବ୍ରହ୍ମପୁର ଅଫିସ,୧୯ା୫: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ନାରାୟଣପୁର ଗ୍ରାମ ନିକଟ କୁରେଇଶୁଣି ମନ୍ଦିର ପାର୍ଶ୍ୱରେ ଥିବା ଏକ ନାଳରୁ ଜଣେ ଯୁବକଙ୍କ ମୃତଦେହ ଗୁରୁବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ସଦର ଥାନା ଅଧୀନ ନୂଆ ବଉଳଝୋଳି ଗ୍ରାମର ଦିଲୀପ ମଲିକ(୨୮)। ଖବର ପାଇ ମୃତ ଦିଲୀପଙ୍କ ଭାଇ କାଳୁ ଘଟଣାସ୍ଥଳରେ ପହଞ୍ଚତ୍ ଭାଇଙ୍କ ମୃତଦେହ ଚିହ୍ନଟ କରିଥିଲେ। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ୁ ନ ଥିବା ବେଳେ ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକ ସନ୍ଦେହ କରୁଛନ୍ତି। ଅନ୍ୟପଟେ ପୋଲିସ ମୃତଦେହ ଜବତ କରି ନଂ.୨୭/୨୨ରେ ଅପମୃତ୍ୟୁ ମାମଲା ରୁଜୁ କରିଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।

ସୂଚନାନୁଯାୟୀ, ଦିଲୀପ ସୁରଟରେ କାମ କରୁଥିବା ବେଳେ ଗତ ବର୍ଷେ ତଳେ ସିଦ୍ଧେଶ୍ୱର ଗ୍ରାମରେ ତାଙ୍କର ବାହାଘର ହୋଇଥିଲା। ସେ ଗତ କିଛିମାସ ହେଲା ଶ୍ୱଶୁରଘରେ ରହୁଥିଲେ। ବୁଧବାର ଦିଲୀପ ନୂଆ ବଉଳଝୋଳି ଗ୍ରାମକୁ ଆସି ଭାଇଙ୍କ ଘରେ ରହିଥିଲେ। ଅପରାହ୍ନ ୫ଟା ବେଳେ ସେ ତାଙ୍କର ଶ୍ୱଶୁର ଘର ଯିବାକୁ କହି ଭାଇ କାଳୁଙ୍କୁ କହିଥିଲେ। ତେବେ ଗୁରୁବାର ପୂର୍ବାହ୍ନରେ ତାଙ୍କ ମୃତଦେହ ଗଁାଠାରୁ ପ୍ରାୟ ୯ କି.ମି. ନାରାୟଣପୁର ଗ୍ରାମ ନିକଟ ନାଳରେ ପଡ଼ିଥିବା ଜଣାପଡ଼ିଥିଲା। ତାଙ୍କ ଶରୀରରେ ଶାର୍ଟ ନ ଥିବା ବେଳେ ସେ କେବଳ ପ୍ୟାଣ୍ଟ ପିନ୍ଧି ନାଳ ଭିତରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଘଟଣାର ତଦନ୍ତ କରିବା ପାଇଁ କାଳୁ ଓ ଗ୍ରାମବାସୀ ପୋଲିସକୁ ନିବେଦନ କରିଛନ୍ତି ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri