ଟିନ୍‌ ୨.୦ରେ ବିଓଆଇ ପ୍ରଥମ ରାଷ୍ଟ୍ରାୟତ୍ତ ବ୍ୟାଙ୍କ

ଭୁବନେଶ୍ୱର,୪।୯: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର କାର୍ଯ୍ୟଦକ୍ଷତା ଓ ଅତ୍ୟାଧୁନିକ ଜ୍ଞାନକୌଶଳ ଜରିଆରେ ପ୍ରଦାନ କରୁଥିବା ସେବା ଯୋଗୁ ଏହା ଆୟକର ବିଭାଗର ନୂତନ ପ୍ରତ୍ୟକ୍ଷ କର ସଂଗ୍ରହ ପ୍ରଣାଳୀ ଟିନ୍‌ ୨.୦ରେ ଲାଇଭ ହେବାକୁ ଥିବା ପ୍ରଥମ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ରୂପେ ପରିଗଣିତ ହୋଇଛି। ଟିନ୍‌ ୨.୦ ପ୍ଲାଟ୍‌ଫର୍ମରେ ବିଓଆଇର ଏହି ନୂତନ ଟେକ୍ନୋଲୋଜି ସହ ଟିକସଦାତାମାନେ ନିଜର ଟିକସ ଦାଖଲ ଓ ରିଟର୍ନ ଫାଇଲ ଗୋଟିଏ ପୋର୍ଟାଲରେ କରିପାରିବେ। ଫଳରେ ସେମାନେ ମଧ୍ୟ ଦେଶ ମଧ୍ୟରେ ବିଓଆଇର ଯେ କୌଣସି ଶାଖାରେ ପ୍ରତ୍ୟକ୍ଷ ଭାବେ ଟିକସ ଦାଖଲ କରିପାରିବେ। କାରଣ ବିଓଆଇର ୫,୦୦୦ ରୁ ଊର୍ଦ୍ଧ୍ୱ ଶାଖା ଓଟିସି (ଓଭର କାଉଣ୍ଟର ମୋଡ୍‌) ମାଧ୍ୟମରେ ପ୍ରତ୍ୟକ୍ଷ କର ସଂଗ୍ରହ କରୁଛନ୍ତି। ଏ ସମ୍ପର୍କରେ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ମହାପ୍ରବନ୍ଧକ ଡି.ଏସ୍‌. ଶେଖାୱତ୍‌ କହିଛନ୍ତି, ବ୍ୟାଙ୍କ ନିଜର ଗ୍ରାହକମାନଙ୍କ ପାଇଁ ନିରବଚ୍ଛିନ୍ନ ବ୍ୟାଙ୍କିଙ୍ଗ୍‌ ସେବାଗୁଡିକୁ ସୁନିଶ୍ଚିତ କରିବାକୁ ସକ୍ରିୟ ରୂପେ ଡିଜିଟାଲ ପ୍ଲାଟ୍‌ଫର୍ମରେ ଅନୁକୂଳ ସେବା ପ୍ରଦାନ କରିବାକୁ ପ୍ରତିବଦ୍ଧ। ଏପରିକି ଆୟକର ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ବିବେକ ଉପାଧ୍ୟାୟଙ୍କୁ ତାଙ୍କର ସହଯୋଗ ପାଇଁ ବ୍ୟାଙ୍କ ପକ୍ଷରୁ କୃତଜ୍ଞତା ଜ୍ଞାପନ କରୁଛି। ସେହିଭଳି ଉକ୍ତ କାର୍ଯ୍ୟକ୍ରମରେ ପରିଚାଳନା ନିର୍ଦ୍ଦେଶକ ଅତନୁ ଦାସ ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ଏମ୍‌. କାର୍ତ୍ତିକେୟନ୍‌ଙ୍କର ସକ୍ରିୟ ଯୋଗଦାନ ରହିଛି। ଉଲ୍ଲେଖଯୋଗ୍ୟ, ଟିନ୍‌ ୨.୦ (ଇ-ଫାଇଲିଂ) ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟର ଆୟକର ବିଭାଗର ଅଫିସିଆଲ୍‌ ପୋର୍ଟାଲ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri