ବିଓଆଇର ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୩୦।୭: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଓଆଇର ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଏପରିକି ପ୍ରଥମ ତ୍ରୈମାସିକରେ ବ୍ୟାଙ୍କ ୧୭୬% ଅଭିବୃଦ୍ଧି ହାର ହାସଲକରି ୧,୫୫୧ କୋଟି ଟଙ୍କାର ନେଟ୍‌ ଲାଭ ସଂଗ୍ରହ କରିଥିବା ବେଳେ ବ୍ୟାଙ୍କର ନେଟ୍‌ ଲାଭ ପୂର୍ବ ଆର୍ଥିକ ବର୍ଷର ସାମନ ଅବଧିରେ ୫୬୧କୋଟି ଟଙ୍କା ରହିଥିଲା ବୋଲି ବ୍ୟାଙ୍କ ପକ୍ଷରୁ ବିସ୍ତୃତ ଭାବେ କୁହାଯାଇଛି। ସେହିଭଳି ବ୍ୟାଙ୍କର ପରିଚାଳନାଗତ ଲାଭର ପରିମାଣ ୭୨%କୁ ବୃଦ୍ଧି ପାଇ ୩, ୭୫୨କୋଟି ଟଙ୍କାରେ ପହଞ୍ଚତ୍ଛି, ଯାହା ପୂର୍ବ ଆର୍ଥିକ ବର୍ଷର ସମାନ ଅବଧିରେ ୨, ୧୮୩ କୋଟି ଟଙ୍କା ଥିଲା। ବିଶେଷକରି ବ୍ୟାଙ୍କର ଗ୍ରସ୍‌ ଏନ୍‌ପିଏରେ ୨୬୩ ବିପିଏସ୍‌ ହ୍ରାସ ପାଇଛି ଏବଂ ବ୍ୟାଙ୍କର ନେଟ୍‌ ଏନ୍‌ପିଏ ୫୬ ବିପିଏସ୍‌ ହ୍ରାସ ପାଇଛି। ବ୍ୟାଙ୍କର ପ୍ରୋଭିଜନ୍‌ କଭରେଜ ରେସିଓ (ପିସିଆର୍‌)ରେ ମଧ୍ୟ ୧୫୬ ବିପିଏସ୍‌ ବୃଦ୍ଧି ଘଟିଛି। ସେହିପରି ବ୍ୟାଙ୍କର ଗ୍ଲୋବାଲ ବିଜ୍‌ନେସ୍‌ ୮.୬୧% ବୃଦ୍ଧି ପାଇ ୧୨ ଲକ୍ଷ କୋଟି ଟଙ୍କାରୁ ଅଧିକରେ ପହଞ୍ଚତ୍ଛି, ବ୍ୟାଙ୍କର ଗ୍ଲୋବାଲ ଡିପୋଜିଟ୍‌ରେ ୮.୭୧% ବୃଦ୍ଧି ଘଟିଛି। ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ ୮.୪୮%କୁ ବୃଦ୍ଧି ପାଇଛି। ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ବ୍ୟାଙ୍କର ନେଟ୍‌ ସୁଧ ଆୟ ୪୫% ଅଭିବୃଦ୍ଧି ହାରରେ ୫,୯୧୫ କୋଟି ଟଙ୍କାରେ ପହଞ୍ଚତ୍ଛି ଯାହା ପୂର୍ବ ଆର୍ଥିକ ବର୍ଷର ସମାନ ସମୟରେ ୪,୦୭୨ କୋଟି ଟଙ୍କା ରହିଥିଲା ଏବଂ ବ୍ୟାଙ୍କର ଅଣ ସୁଧ ଆୟରେ ୨୭% ବୃଦ୍ଧି ଘଟି ଏହା ୧,୪୬୨ କୋଟି ଟଙ୍କାରେ ପହଞ୍ଚତ୍ଛି, ଯାହା ପୂର୍ବ ଆର୍ଥିକ ବର୍ଷର ସମାନ ସମୟରେ ୧,୧୫୨ କୋଟି ଟଙ୍କା ରହିଥିଲା। ବ୍ୟାଙ୍କର ଘରୋଇ ଡିପୋଜିଟ୍‌ରେ ୭.୯୮% ବୃଦ୍ଧି ଘଟି ୫,୫୯,୫୧୭ କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କର ଘରୋଇ କାସା ଡିପୋଜିଟ୍‌ ୭.୫୬% ବୃଦ୍ଧି ହାରରେ ୨,୬୦,୬୧୫ କୋଟି ଟଙ୍କାରେ ପହଞ୍ଚତ୍ବା ସହ କାସା ଡିପୋଜିଟ୍‌ ୪୪.୫୨%ରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri