ବିଧାୟକଙ୍କୁ ଦାବିପତ୍ର ଦେଲେ ବଇଣ୍ଡାବାସୀ

ବଇଣ୍ଡା,୨୪।୪(ଡି.ଏନ.ଏ.): କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଏଗୁଡିକ ସମାଧାନ କରାଯାଉ ନ ଥିବା ଯୋଗୁ ଅସନ୍ତୋଷ ବୃଦ୍ଧି ପାଉଛି। ଏ ନେଇ ବଇଣ୍ଡା ଗ୍ରାମବାସୀ ଶନିବାର ଏକ ଦାବିପତ୍ର ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କୁ ପ୍ରଦାନ କରିଛନ୍ତି।
ଗ୍ରାମବାସୀ ଦାବିପତ୍ରରେ ଦର୍ଶାଇଛନ୍ତି, ବଇଣ୍ଡା ଛକରେ କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ ହୋଇପାରୁନାହଁି। କିଛିବ୍ୟକ୍ତି ସେମାନଙ୍କ ସ୍ବାର୍ଥ ହାସଲ କରିବା ପାଇଁ ବିଦ୍ୟାଳୟକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ନିମନ୍ତେ ଯୋଜନା କରିଥିବାବେଳେ ଏହାକୁ ଅଞ୍ଚଳବାସୀ ଓ ଅଭିଭାବକମାନେ ବିରୋଧ କରି ଆନ୍ଦୋଳନ କରିଛନ୍ତି। ଉକ୍ତ ଶିକ୍ଷାନୁଷ୍ଠାନ ବିଦ୍ୟାଳୟ ପଛ ପଟେ ଥିବା ୩୯ ଡିସିମିଲ ଜମିରେ ନିର୍ମାଣ କରିବା ପାଇଁ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନକୁ ଅଭିଯୋଗ କଲେ ମଧ୍ୟ କୌଣସି ସମାଧାନ ହୋଇପାରୁନାହଁି। ସେହିପରି ବଇଣ୍ଡା ହାଇସ୍କୁଲରେ ଗଣିତ ଓ ଇଂଲିଶର ୨ ଶିକ୍ଷକ ପଦୀବ ଦୀର୍ଘଦିନ ହେବ ଖାଲି ପଡିଥିବାବେଳେ ନିଯୁକ୍ତି ଦିଆଯାଉ ନାହିଁ। ଫଳରେ ପାଠପଢାରେ ଅସୁବିଧା ସୃଷ୍ଟି ହେଉଛି। ସେହିପରି ଜାତୀୟ ରାଜପଥ ସମ୍ପ୍ରସାରଣ କରାଯାଉଥିବାବେଳେ ୪ ବର୍ଷ ତଳୁ ବଇଣ୍ଡା ଗ୍ରାମରେ ଉଚ୍ଛେଦ ପ୍ରକ୍ରିୟା ହୋଇଛି। ହେଲେ ରାସ୍ତାକାର୍ଯ୍ୟ ୧୦ ପ୍ରତିଶତ ହୋଇନାହିଁ। ବିଭିନ୍ନ ସରକାରୀ କାର୍ଯ୍ୟାଳୟ ନିର୍ମାଣ ହୋଇ ନ ଥିବାରୁ ବଇଣ୍ଡା ଅଞ୍ଚଳର ବିକାଶ ହୋଇପାରୁନାହିଁ। ତୁରନ୍ତ ଏଗୁଡିକ ସମାଧାନ କରିବା ପାଇଁ ଗ୍ରାମବାସୀ ବିଧାୟକଙ୍କୁ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରିଛନ୍ତି। ଏ ନେଇ ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ବିଧାୟକ ଅଞ୍ଚଳବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri