ବିଓଆଇର ୪ର୍ଥ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୯।୫: ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓଆଇ)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ଏପରିକି ୪ର୍ଥ ତ୍ରୈମାସିକରେ ବ୍ୟାଙ୍କ ମୋଟ ୧,୩୫୦ କୋଟି ଟଙ୍କାର ନେଟ୍‌ ଲାଭ ସଂଗ୍ରହ କରିଥିବା ବେଳେ ବ୍ୟାଙ୍କର ନେଟ୍‌ ଲାଭ ପୂର୍ବ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ତୁଳନାରେ ୧୨୩% ଅଭିବୃଦ୍ଧି ଘଟିଥିବା ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ବ୍ୟାଙ୍କର ନେଟ୍‌ ଲାଭ ୩,୪୦୫ କୋଟିରୁ ୪,୦୨୩ କୋଟି ଟଙ୍କାରେ ପହଞ୍ଚିଛି। ବ୍ୟାଙ୍କର ମୋଟ୍‌ ସୁଧ ଆୟ ପ୍ରାୟ ୩୮% ଅଭିବୃଦ୍ଧି ହାରରେ ୫,୪୯୩ କୋଟି ଟଙ୍କାରେ ପହଞ୍ଚିଛି। ବ୍ୟାଙ୍କର ଅଣ ସୁଧ ଆୟ ପୂର୍ବ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସରେ ୧,୫୮୭ କୋଟି ଟଙ୍କା ରହିଥିବା ବେଳେ ଏହା ଚଳିତ ବର୍ଷ ଏହି ସମୟରେ ପାଖାପାଖି ଦ୍ୱିଗୁଣିତ ହୋଇ ୩,୦୯୯କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କ ରିଟେଲ୍‌, କୃଷି ଏବଂ ଏମ୍‌ଏସ୍‌ଏମ୍‌ଇ (ରାମ୍‌) ପୋର୍ଟଫୋଲିଓକୁ ୫୫ ରୁ ୫୮%କୁ ବୃଦ୍ଧି କରିବା ପାଇଁ ଲକ୍ଷ୍ୟ ରଖିଛି। ବ୍ୟାଙ୍କର ଗ୍ରସ୍‌ ଏନ୍‌ପିଏ ୯.୯୮ ରୁ ୭.୩୧%କୁ ହ୍ରାସ ପାଇଛି। ଚଳିତ ବର୍ଷ ମାର୍ଚ୍ଚ ମାସ ଶେଷ ସୁଦ୍ଧା ବ୍ୟାଙ୍କର ପୁଞ୍ଜି ସ୍ବଚ୍ଛଳତା ହାର (ସିଆର୍‌ଏଆର୍‌) ୧୬.୨୮%କୁ ବୃଦ୍ଧି ପାଇଛି। ବ୍ୟାଙ୍କର ଗ୍ଲୋବାଲ ଡିପୋଜିଟ୍‌ ୬.୬୪% ଅଭିବୃଦ୍ଧି ହାରରେ ୬,୬୯,୫୮୬ କୋଟି ଟଙ୍କାରେ ପହଞ୍ଚିଛି। ବ୍ୟାଙ୍କର ଗ୍ଲୋବାଲ ଆଡଭାନ୍ସରେ ୧୨.୮୭ % ବୃଦ୍ଧି ଘଟି ୫,୧୫,୮୫୨ କୋଟି ଟଙ୍କାରେ ପହଞ୍ଚିଛି। ଦେଶର ବିଭିନ୍ନ ଯୋଜନାବଦ୍ଧ ସ୍ଥାନରେ ଶାଖା ଖୋଲି ବ୍ୟାଙ୍କ ଏହାର ବ୍ୟବସାୟିକ କାର୍ଯ୍ୟକୁ ଆହୁରି ବିସ୍ତାର କରିବାକୁ ଯାଉଛି ବୋଲି ବ୍ୟାଙ୍କ ପକ୍ଷରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri