ବିଓଆଇର ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୭।୮: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଆୟୋଜିତ ଏକ ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଓଆଇର ମୁମ୍ବାଇସ୍ଥିତ ମୁଖ୍ୟ କାର୍ଯ୍ୟାଳୟର ମୁଖ୍ୟ ମହାପ୍ରବନ୍ଧକ ସୁଧୀରଞ୍ଜନ ପାଢ଼ୀ ସମ୍ମାନିତ ଅତିଥି ଭାବେ ଯୋଗଦେବା ସହ ଗ୍ରାହକମାନଙ୍କୁ ସେମାନଙ୍କର ବ୍ୟାଙ୍କ ପ୍ରତି ଥିବା ସମର୍ଥନ ପାଇଁ କୃତଜ୍ଞତା ଜଣାଇବା ସହିତ ଆର୍ଥିକ ଅଭିବୃଦ୍ଧି ପାଇଁ ବିଓଆଇ ବ୍ୟବସାୟ ତଥା ବ୍ୟକ୍ତିବିଶେଷଙ୍କୁ ସହାୟତା ପ୍ରଦାନ କରିବା ଜାରି ରଖିବ ବୋଲି ପ୍ରତିଶ୍ରୁ୍ରତି ଦେଇଥିଲେ।

ସେହିଭଳି ସାମାଜିକ ସୁରକ୍ଷା ଯୋଜନା ଏହଂ ବିଭିନ୍ନ ଡିଜିଟାଲ ଉପତ୍ାଦ ଯଥା ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା (ପିଏମ୍‌ଏସ୍‌ବିୱାଇ), ପ୍ରଧାନମନ୍ତ୍ରୀ ଜୀବନଜ୍ୟୋତି ବୀମା ଯୋଜନା (ପିଏମ୍‌ଜେଜେବିୱାଇ ), ଅଟଳ ପେନ୍‌ସନ ଯୋଜନା (ଏପିୱାଇ), ମୋବାଇଲ ବ୍ୟାଙ୍କିଙ୍ଗ୍‌, କ୍ୟୁ ଆର୍‌ କୋଡ୍‌, ପିଓଏସ୍‌ ଆଦିକୁ କାର୍ଯ୍ୟକାରୀ କରାଇବାରେ ବିଓଆଇ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଅପରପକ୍ଷରେ ବ୍ୟାଙ୍କ ପକ୍ଷରୁ ୧୦୦ କୋଟି ଟଙ୍କାର ଋଣ ଅନୁମୋଦନ କରାଯାଇଥିବା ବେଳେ ସରକାରୀ ଯୋଜନାର ହିତାଧିକାରୀମାନଙ୍କୁ ଋଣ ମଞ୍ଜୁରୀ ପତ୍ର ପ୍ରଦାନ କରାଯାଇଥିଲା। ବିଶେଷକରି ଏମ୍‌ଏସ୍‌ଏମ୍‌ଇ, କୃଷି, ରିଟେଲ୍‌, ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା, ସ୍ବୟଂ ସହାୟକ ଗୋଷ୍ଠୀ ଋଣ, ଷ୍ଟାଣ୍ଡ୍‌ ଅପ୍‌ ଇଣ୍ଡିଆ, ପ୍ରଧାନ ମନ୍ତ୍ରୀ ସ୍ବନିଧି ଯୋଜନା ଅଧୀନ ଋଣ ଏହି ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯାଇଥିଲା।

ଏହି ଅବସରରେ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏନ୍‌ବିଜି-ଓଡିଶାର ମହାପ୍ରବନ୍ଧକ ବିକ୍ରମ କେଶରୀ ମିଶ୍ର,ଏନ୍‌ବିଜି-ଓଡ଼ିଶାର ଉପ-ମହାପ୍ରବନ୍ଧକ ଆର୍‌.ଏନ୍‌ . ସରକାର, ବ୍ୟାଙ୍କର ଭୁବନେଶର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ଏସ୍‌.ମଳୟ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଏହି ଗ୍ରାହକ ସଂଯୋଗୀକରଣ କାର୍ଯ୍ୟକ୍ରମ ଗ୍ରାହକମାନଙ୍କ ପ୍ରତି ଥିବା ବ୍ୟାଙ୍କର ପ୍ରତିବଦ୍ଧତାକୁ ଦର୍ଶାଉଛି। ବ୍ୟାଙ୍କର ଏହି ପଦକ୍ଷେପ ଗ୍ରାହକମାନଙ୍କ ବିଶ୍ୱାସକୁ ଦୃଢୀଭୂତ କରିବା ସହ ବ୍ୟାଙ୍କକୁ ଏକ ଉତ୍ତମ ବ୍ୟାଙ୍କିଙ୍ଗ୍‌ ପାର୍ଟନର ରୂପେ ଅବସ୍ଥାପିତ କରିପାରିବ। ଉକ୍ତ କାର୍ଯ୍ୟକ୍ରମରେ ୧୨୦ଜଣରୁ ଊର୍ଦ୍ଧ୍ୱ ଗ୍ରାହକ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri