ବିଓଆଇର ଡିବିୟୁ ଉଦ୍‌ଘାଟିତ

ଭୁବନେଶ୍ୱର,୧୭ା୧୦: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ୟୁନିଟ୍‌ (ଡିବିୟୁ) ଉଦ୍‌ଘାଟିତ ହୋଇଯାଇଛି। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭର୍ଚୁଆଲ ମୋଡ୍‌ରେ ଦେଶର ୭୫ଟି ଜିଲାରେ ୭୫ଟି ଡିଜିଟାଲ୍‌ ଡିବିୟୁ ଉଦ୍‌ଘାଟିତ ହୋଇଯାଇଛି।

ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା ଅଧୀନରେ ଥିବା କଳିଙ୍ଗ ଷ୍ଟାଡିୟମ (ନୟାପଲ୍ଲୀ ଭୁବନେଶ୍ୱର) ନିକଟସ୍ଥ ବିଓଆଇର ଡିବିୟୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭର୍ଚୁଆଲ ମୋଡ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶାରେ ୪ଟି ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ୟୁନିଟ୍‌ ମଧ୍ୟରୁ ବିଓଆଇର ଡିବିୟୁ ଅନ୍ୟତମ । ଏହି ଅବସରରେ ବିଓଆଇର ଏମ୍‌ଡି ତଥା ସିଇଓ ଏ.କେ. ଦାସଙ୍କ ସମେତ ରିଜର୍ଭ ବ୍ୟାଙ୍କର ବ୍ୟାଙ୍କିଙ୍ଗ୍‌ ଲୋକପାଳ ପି.କେ.ନାୟକ, ବିଓଆଇ ମୁଖ୍ୟ କାର୍ଯ୍ୟାଳୟର ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ମହାପ୍ରବନ୍ଧକ ରାଜେଶ ରାମ, ଏନ୍‌ବିଜି-ପୂର୍ବର ମହାପ୍ରବନ୍ଧକ ଏମ୍‌. କେ. ସିଂହ ଏବଂ ବ୍ୟାଙ୍କର ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ସେହିପରି ବ୍ୟାଙ୍କର ଗ୍ରାହକମାନେ ଏକ ଡିଜିଟାଲ ଭାରତ ପାଇଁ ଆଗେଇ ଆସିବା ଦରକାର।

ପ୍ରଧାନମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ଏହି ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ୟୁନିଟ୍‌ର ବ୍ୟବହାର କରିବା ସହ ଏହାର ଲୋକପ୍ରିୟତା ପାଇଁ ମଧ୍ୟ ଗୁରୁତ୍ୱ ଦେବା ଜରୁରୀ ବୋଲି ଏ.କେ. ଦାସ ଆହ୍ବାନ କରିଛନ୍ତି। ଏଠାରେ ଗ୍ରାହକମାନେ ସ୍ବୟଂ ସେବା ମୋଡ୍‌ ଏବଂ ଡିଜିଟାଲ ସହାୟତା ପ୍ରଦାନ ମୋଡ୍‌ ମାଧ୍ୟମରେ ବିନା କାଗଜ, ସୁରକ୍ଷିତ ଏବଂ କନେକ୍ଟ ହୋଇଥିବା ପରିବେଶ ମଧ୍ୟରେ ବିଭିନ୍ନ ବ୍ୟାଙ୍କିଙ୍ଗ୍‌ ଉପତ୍ାଦ ଓ ସେବା ପାଇପାରିବେ। ବିଓଆଇର ଏହି ୟୁନିଟ୍‌ଟି ଖୋର୍ଦ୍ଧା ଜିଲାର ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଏବଂ ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ସାକ୍ଷରତା ପାଇଁ ମଧ୍ୟ କାର୍ଯ୍ୟ କରିବ। ସେହିଭଳି କ୍ୟାଶ୍‌ ଉଠାଣ ଏବଂ ଜମା, ଆକାଉଣ୍ଟ ଖୋଲିବା, ସ୍ଥାୟୀ ଜମା-ଆର୍‌ଡି, ଡିଜିଟାଲ ଲୋନ୍‌, ପାସ୍‌ବୁକ୍‌ ପ୍ରିଣ୍ଟିଙ୍ଗ୍‌, ବାଲାନ୍ସ ଅନୁସନ୍ଧାନ ଏବଂ ଫଣ୍ଡ ଟ୍ରାନ୍ସଫର ପରି ସେବା ଏଠାରେ ସ୍ବୟଂ ସେବା ମୋଡ୍‌ରେ ଗ୍ରାହକମାନେ ଯେ କୌଣସି ସମୟ (୨୪/୭)ରେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri