କାବେରୀ ଘାଟରେ ବୋଇତ ବନ୍ଦାଣ କଲେ ପାଟଣା ବିଧାୟକ

ପାଟଣା,୧୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ଶୁକ୍ରବାର ରାତ୍ରି ୪ଟାରୁ ପାଟଣା ବୈତରଣୀ ନଦୀର ପରମେଶ୍ୱର ଶିବ ମନ୍ଦିର ସଂଲଗ୍ନ ଅନସୂୟା ଘାଟ ଓ ରାଜନଗର ଶୈବ୍ୟା କାବେରୀ ଘାଟରେ ପଡ଼ୋଶୀ ଝାଡ଼ଖଣ୍ଡ ରାଜ୍ୟ, ମୟୁରଭଞ୍ଜ ଓ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଶ୍ରଦ୍ଧାଳୁ ଆସି ପାପ ନାଶିନୀ ବୈତରଣୀ ନଦୀରେ ହଜାର ହଜାର ସଂଖ୍ୟକ ଶ୍ରଦ୍ଧାଳୁ ବୁଡ଼ ପକାଇ ଆ କା ମା ବୈ, ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର’ କହି ଶ୍ରଦ୍ଧାଳୁ କଦଳୀ ପାଟୁଆ, ଶୋଲ, ଶାଳପତ୍ର ଚଉତି ଆଉ କାଗଜ ଡଙ୍ଗା ଭସାଇଥିଲେ। ଶ୍ରଦ୍ଧାଳୁ ପାଟଣା ମୁଖ୍ୟାଳୟ ବୈତରଣୀ ନଦୀ ସଲଗ୍ନ ପମେଶ୍ୱର ଶିବ ମନ୍ଦିର, ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିର, ସ୍ବାମ ଶାସନସ୍ଥିତ ସୋମେଶ୍ୱର ମହାଦେବ ମନ୍ଦିର, ରାଜନଗର ଦଧିବାମନଜୀଉ  ମନ୍ଦିରରେ ହଜାର ହଜାର ସଂଖ୍ୟକ ଶ୍ରଦ୍ଧାଳୁ ଦେବ ଦର୍ଶନ କରିଥିଲେ। ପରମେଶ୍ବର ମନ୍ଦିରରେ ହରିବଲ୍ଲଭ ମିଶ୍ର, ଆନନ୍ଦେଶ୍ୱର ମନ୍ଦିରରେ ପର୍ଶୁରାମ ପଣ୍ଡା ଓ ସୋମେଶ୍ୱର ମନ୍ଦିରରେ ଶିବ ପ୍ରସାଦ ଦାଶ ପୂଜା ନୀତିକାନ୍ତିରେ କରିଥିଲେ। ପ୍ରାଚୀନ ଉତ୍କଳ ନୌବାଣିଜ୍ୟ ଓ ପରମ୍ପରାକୁ ମନେ ପକାଇ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ଦେଇ ପ୍ରବାହିତର ପୁଣ୍ୟତୋୟା ବୈତରଣୀରେ ଥିବା ଶୈବ୍ୟାକାବେରୀ ଘାଟରେ ଶୁକ୍ରବାର ଭୋର୍‌ ୪ଟାରୁ ସ୍ବତନ୍ତ୍ର ଭାବେ ବୋଇତ ବନ୍ଦାଣ କମିଟି ରାଜନଗର ତରଫରୁ ୨୪ ତମ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଛି। ରାଜନଗର ବୋଇତ ବନ୍ଦାଣ କମିଟି ତରଫରୁ ୪୦ ଫୁଟ ଲମ୍ବ ୨୦ଫୁଟ ଓସାର ବିଶିଷ୍ଟ ଏକ ସୁଦୃଶ ବୋଇତକୁ ପ୍ରଥମେ ପୂଜକ ପ୍ରଦୀପ ପାଣି ନୀତିକାନ୍ତିରେ ପୂଜାର୍ଚ୍ଚନା କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଓ ସମ୍ମାନିତ ଅତିଥି ଭାବେ ପାଟଣାର ପୂର୍ବତନ ବିଧାୟକ ଜଗନ୍ନାଥ ନାଏକ ବୋଇତକୁ ଆନୁଷ୍ଠାନିକ ଭାବେ ଭସାଇ ଶୁଭାରମ୍ଭ କରିଥିଲେ। ପ୍ରଥମ କରି ଚଳିତ ବର୍ଷ କମିଟି ତରଫରୁ ବାଲିଯାତ୍ରା ପାଇଁ ମୀନା ବଜାର ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ରାଜନଗରର ମଠ ମନ୍ଦିର ଗ୍ରାମନଦୀ କୁଳ ଆଲୋକମାଳା ରେ ଝଟକୁଛି। ପାଟଣା ଓ ତୁରୁମୁଙ୍ଗା ପୋଲିସ ପକ୍ଷରୁ ପାଟଣା ଓ ରାଜନଗର ବୈତରଣୀ ନଦୀ ଓ ମନ୍ଦିରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ପ୍ରଶାସନର ଅପରିଣାଦମର୍ଶିତା ଯୋଗୁ ପାଟଣା ବାଇପାସ ପରମେଶ୍ବର ମନ୍ଦିର ନିକଟ ରାସ୍ତା ଓ ଛକରେ ଗାଡ଼ି ଜାମ୍‌ ଯୋଗୁ ଦୀର୍ଘ ସମୟଧରି ଯାତାୟାତରେ ବ୍ୟାହତ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଯୁବକଙ୍କ ସହାୟତାରେ ଆମ୍ବୁଲାନ୍ସ ପାଇଁ ରାସ୍ତା ଖୋଲା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri