୩୦୦ ସ୍କୁଲ ଶିକ୍ଷାର୍ଥୀଙ୍କୁ ଅପହରଣ କଲେ ବୋକୋ ହାରାମ ଆତଙ୍କବାଦୀ

ଅବୁଜା,୧୬।୧୨: ନାଇଜେରିଆରେ ବୋକୋ ହାରାମ ଆତଙ୍କବାଦୀମାନେ ୩୦୦ ସ୍କୁଲ ଶିକ୍ଷାର୍ଥୀଙ୍କୁ ଅପହରଣ କରିଛନ୍ତି। ଉତ୍ତରପଶ୍ଚିମ ନାଇଜେରିଆରେ ଥିବା କାଟସିନା ରାଜ୍ୟର କାନକାରାସ୍ଥିତ ସରକାରୀ ସାଇନ୍ସ ସେକେଣ୍ଡାରୀ ସ୍କୁଲର ୩୩୩ ଜଣ ଶିକ୍ଷାର୍ଥୀ ଗତ ଶୁକ୍ରବାରଠାରୁ ନିଖୋଜ ରହିଥିବା ସ୍ଥାନୀୟ ଗଭର୍ନର ଆମିନୁ ମାସାରି କହିଛନ୍ତି। ଦେଶରେ ଶିକ୍ଷା ବିକାଶକୁ ବୋକୋ ହାରାମ ଆତଙ୍କାବଦୀ ସଂଗଠନ ପକ୍ଷରୁ ଲଗାତାର ବିରୋଧ କରାଯାଉଛି। ଶିକ୍ଷାର୍ଥୀଙ୍କୁ ଅପହରଣ କରି କେଉଁଠି ରଖାଯାଇଛି ତାହାର ତଦନ୍ତ ଜାରି ରହିଛି। ସୂଚନାଯୋଗ୍ୟ, ୨୦୧୪ ଏପ୍ରିଲ୍‌ରେ ବୋକୋ ହାରାମ ଆତଙ୍କବାଦୀ ସଂଗଠନ ପକ୍ଷରୁ ବୋର୍ନୋ ରାଜ୍ୟର ଚିବୋକ୍‌ ସ୍ଥିତ ସେକେଣ୍ଡାରୀ ସ୍କୁଲରୁ ୨୭୦ ଜଣ ସ୍କୁଲ ଛାତ୍ରୀଙ୍କୁ ଅପହରଣ କରାଯାଇଥିଲା। ସେହିପରି ୨୦୧୪ ଫେବୃୟାରୀରେ ୫୯ ସ୍କୁଲ ଛାତ୍ରଙ୍କୁ ହତ୍ୟା କରାଯାଇଥିଲା। ଏହାକୁ ନେଇ ଶିକ୍ଷକ ସଂଘ ପକ୍ଷରୁ ଦେଶବ୍ୟାପି ବିକ୍ଷୋଭ ପ୍ରଦର୍ଶନ କରିବାକୁ ସରକାରଙ୍କୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ...

ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି

ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର...

ଭୂକମ୍ପର ଜୋରଦାର ଝଟ୍‌କାରେ ଥରିଲା ଜାପାନ, ୯ ଆହତ, ନାହିଁ ସୁନାମି ଚେତାବନୀ

ଟୋକିଓ,୧୮।୪: ବୁଧବାର ବିଳମ୍ବିତ ରାତିରେ ଦକ୍ଷିଣ-ପଶ୍ଚିମ ଜାପାନରେ ହୋଇଥିବା ଏକ ଶକ୍ତିଶାଳୀ ଭୂକମ୍ପରେ ୯ଜଣ ଆହତ ହୋଇଛନ୍ତି। ଗତକାଲି ଅର୍ଥାତ୍‌ ବୁଧବାର ରାତିରେ ୬.୬ ମ୍ୟାଗ୍ନିଚ୍ୟୁଡର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’

ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri