ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ

ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍‌ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ। ଏନେଇ ବଲାଙ୍ଗୀର ଏସ୍‌ପି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶିଯାଇଥିଲେ। ବନ୍ଧୁକଧାରୀ ହେଉଛନ୍ତି ବଲାଙ୍ଗୀର ସହରର ତାଳ ପାର୍ଲି ପଡ଼ାର ବିକ୍ରମ ପଣ୍ଡା। ବିକ୍ରମ ଘର ଭିତରେ ପଶି ପରିବାରର ୩ଜଣଙ୍କୁ ବନ୍ଧକ ରଖି ଆତଙ୍କ ଚଳାଇଥିଲେ। ଘଟଣାସ୍ଥଳରେ ପୋଲିସ ଏସ୍‌ଡିପିଓ ପହଞ୍ଚି ଯୁବକଙ୍କୁ ବୁଝାସୁଝା କରିବା ସହ ବନ୍ଧକଙ୍କୁ ଛାଡିବା ପାଇଁ ନିବେଦନ କରିଥିଲେ। କିନ୍ତୁ ଉକ୍ତ ଯୁବକ କାହା କଥା ଶୁଣି ନ ଥିଲେ। ତେବେ ଦୀର୍ଘ ୪ଘଣ୍ଟାର ଉଦ୍ୟମ ପରେ ସମସ୍ତ ବନ୍ଧକଙ୍କୁ ଅଗ୍ନିଶମ ବିଭାଗ ଘରର ଝରକା ଦେଇ ଉଦ୍ଧାର କରିଥିଲା। ଏହାପରେ ପୋଲିସ ବନ୍ଧୁକଧାରୀଙ୍କୁ ଧରିବାକୁ ଅପରେଶ୍‌ନ ଆରମ୍ଭ କରିଥିଲେ। ଆତ୍ମସମର୍ପଣ କରାଇବା ପାଇଁ ତାଙ୍କ ସାଙ୍ଗମାନଙ୍କୁ ମଧ୍ୟ ଡ଼କାଯାଇଥିଲେ। ହେଲେ ଯୁବକ ଜଣକ ତାଙ୍କ ସାଙ୍ଗଙ୍କ କଥା ମଧ୍ୟ ଶୁଣି ନ ଥିଲେ। ଶେଷରେ ପୋଲିସ ଦୀର୍ଘ ୫ଘଣ୍ଟାର କସ୍‌ରତ ପରେ ସୁରକ୍ଷିତ ଭାବେ ବିକ୍ରମଙ୍କୁ ଗିରଫ କରିଛି। ତେବେ ଏହି ସମୟରେ ଘଟଣାସ୍ଥଳରେ ୨ରୁ ୩ରାଉଣ୍ଡ ଫାୟାରିଂ ହୋଇଥିବା ଜଣାପଡ଼ିଛି। ତେବେ ଏହା ପୋଲିସ ପକ୍ଷରୁ କି ବିକ୍ରମ ପକ୍ଷରୁ ଫାୟାରିଂ ହୋଇଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri