ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକର ପଛପଟେ ଏକ ବାଇକ୍ ପିଟି ହେବାରୁ ଦୁଇ ଜଣ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି।

ଗୁରୁତର ଆହତ ବ୍ୟକ୍ତିଦ୍ୱୟ ହେଲେ ସତ୍ୟାନନ୍ଦ ପଣ୍ଡା (୨୬) ଓ ସଞ୍ଜୀବ ପଣ୍ଡା (୨୬)। ଉଭୟେ ଯାଜପୁର ଜିଲା ବାସୁଦେବପୁର ଆଲୋକ କୁଣ୍ଡ ଅଞ୍ଚଳର ବୋଲି ଜଣାପଡ଼ିଛି।

ସଦର ପୋଲିସ ଉଭୟ ଗୁରୁତରଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଇଥିଲେ। ସେଠାରେ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଥାନାଧିକାରୀ ରାଜକୁମାର ବିଶ୍ୱାଳଙ୍କ ସୂଚନା ଅନୁଯାୟୀ, ଟ୍ରକ୍‌ଟି ରାସ୍ତା କଡ଼ରେ ଠିଆ ହୋଇ ଚକ ବଦଳାଉଥିବା ସମୟରେ ଏହି ଅଘଟଣ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri