ଗଛରେ ପିଟି ହେଲା ବୋଲେରୋ: ଚାଲିଗଲା ୪ ଜୀବନ

କେନ୍ଦୁଝର,୩୧।୧୨:(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପଣ୍ଡାପଡା ଥାନା ଅନ୍ତର୍ଗତ ସୋମଗିରି ଗ୍ରାମ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି ବୋଲେରୋ। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ଖବର ଅନୁଯାୟୀ ମୟୁରଭଞ୍ଜ ରଙ୍ଗମାଟିଆ ଅଞ୍ଚଳରୁ ଏହି ଯୁବକମାନେ ବଳଦ କିଣିବା ପାଇଁ ବୋଲେରୋ ଯୋଗେ ବିଳମ୍ବିତ ରାତିରେ ପିଠାଗୋଳା ଅଞ୍ଚଳକୁ ଆସୁଥିଲେ। କୌଣସି କାରଣରୁ ସୋମଗିରି ଗ୍ରାମ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡ଼ର ଗଛରେ ଧକ୍କା ଦେଇଥିଲା। ଧକ୍କା ହେବାରୁ ସ୍ଥାନୀୟ ଲୋକେ ଖବର ପାଇ ଘଟଣାସ୍ଥଳକୁ ଯାଇ ସମସ୍ତ ଗୁରୁତରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଆହତ ମାନେ ହେଲେ ମାଟା ନାଏକ, ସୁରେନ୍ଦ୍ର ମାରାଣ୍ଡି , ରେବତୀ ରାଜ ଓ ଏସ କେ କମର । ମୃତକ ଙ୍କ ପରିଚୟ ମିଳିପାରିନାହିଁ । ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ଘଟଣାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ସତ୍ୟତା ଜାଣିବା ପାଇଁ ଘଟଣାର ଅଧିକରୁ ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri