ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ ଗାଡି ମୁହାଁ ମୁହିଁ ଧକ୍କା ହେବା ଫଳରେ ଦୁଇଗାଡ଼ିର ସାମ୍ନାପଟ ଭାଙ୍ଗିରୁଜି ଚୁରମାର ହୋଇଯାଇଛି । ଗାଡ଼ିର ବମ୍ପର କ୍ଷତିଗ୍ରସ୍ତ ହୋଇଛି ।

ତେବେ ସୌଭାଗ୍ୟବଶତଃ ଦୁର୍ଘଟଣାରେ କାହାର କୌଣସି ବିଶେଷ କ୍ଷତି ହୋଇନାହିଁ । ଦୁଇ ଗାଡିର ଗତି ଧିର ରହିଥିବାରୁ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଛି । ରାସ୍ତା ମଝିରେ ଦୁଇ ଗାଡି ରହିଯାଇଥିବା ଯୋଗୁଁ ଟ୍ରାଫିକ ସମସ୍ୟା ଦେଖାଦେବା ସହ ଭିଡ ଲାଗିରହିଥିବା ଦେଖାଯାଇଥିଲା । ଖବରପାଇ ଲକ୍ଷ୍ମୀଜୋର୍ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଟ୍ରାଫିକ ସମସ୍ୟା ନିୟନ୍ତ୍ରଣ କରିବା ସହ ଦୁର୍ଘଟଣା ଗ୍ରସ୍ତ ଦୁଇ ଗାଡ଼ିକୁ ରାସ୍ତାରୁ ହଟାଇଥିଲା । ତେବେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ତାହା ଜଣାପଡିନଥିବା ବେଳେ ଗାଡ଼ିଚାଳକଙ୍କୁ ପଚରାଉଚରା କରି ତଦନ୍ତ ଜାରି ରଖିଛି ପୋଲିସ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?