ଟ୍ରକକୁ ପଛପଟୁ ଧକ୍କା ଦେଲା ରୋଗୀଙ୍କୁ ନେଇ ଯାଉଥିବା ବୋଲେରୋ, ଘଟଣାସ୍ଥଳରେ…

ବଲାଙ୍ଗୀର,୧୮।୧୦ (ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ସମ୍ବଲପୁର ଏନ. ଏଚ ୨୬ ରାସ୍ତା ଜାମସର ନିକଟରେ ଶନିବାର ବିଳମ୍ବିତ ରାତିରେ ସଡକ ଦୁର୍ଘଟଣାରେ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଗୁରୁତର ଅଛନ୍ତି । ଏନଏଚ ୨୬ ବଲାଙ୍ଗୀର ସମ୍ବଲପୁର ରାସ୍ତା କଡରେ ଛିଡା ହୋଇଥିବା ଟ୍ରକକୁ ଏକ ବୋଲେରୋ ଗାଡି ପଛପଟୁ ପିଟିଥିଲା । ସୂଚନା ଅନୁଯାୟୀ କଳାହାଣ୍ଡି ଜିଲା ତୁମୁରା ଗାଁର ଦୁଇଜଣ ରୋଗୀଙ୍କୁ ଚିକିତ୍ସା କରିବା ପାଇଁ ଡ୍ରାଇଭର ସହିତ ୮ ଜଣ ବୁର୍ଲା ମେଡିକାଲକୁ ଯାଇଥିଲେ । ଚିକିତ୍ସା ପରେ ସମସ୍ତେ ବୋଲେରୋରେ ନିଜ ଗାଁକୁ ଫେରୁଥିଲେ । କିନ୍ତୁ ବଲାଙ୍ଗୀର ଜାମସର ନିକଟରେ ଦ୍ରୁତ ଗତିରେ ଆସୁଥିବା ବୋଲେରୋ ଗାଡି ଟ୍ରକକୁ ପିଟି ଦେଇଥିଲା। ଫଳରେ ଦୁର୍ଘଟଣା ଜାଗାରେ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା । l ଗାଡ଼ିରେ ଥିବା ଅନ୍ୟ ସାତ ଜଣ ଗୁରୁତର ହୋଇଥିଲେ । ଦୁର୍ଘଟଣାର ଖବର ପାଇ ଅଗ୍ନିଶମ ବାହିନୀ ଓ ପୋଲିସ ଗୁରୁତରମାନଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଗୁରୁତର ହେବାରୁ ଡାକ୍ତର ଗୁରୁତରମାନଙ୍କୁ ଅଧିକ ଚିକିତ୍ସା ପାଇଁ ବୁର୍ଲା ମେଡ଼ିକାଲକୁ ରେଫର କରିଥିଲେ। ବୁର୍ଲା ଯିବା ପୁର୍ବରୁ ଆଉ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା । ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଗୁରୁତର ଛଅ ଜଣ ଏବେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି । ସେମାନଙ୍କର ପରିବାର ଲୋକେ ହସ୍ପିଟାଲ ପହଞ୍ଚିଥିବା ଜଣାପଡିଛି । ମୃତକ ହେଲେ କବିରାଜ ଜଗତ(୪୭), ମଣିଜର ସେଠିଆ(୫୦)। ଦୁର୍ଘଟଣାକୁ ନେଇ ପୁଇଁତଳା ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ଥିବା ଥାନା ଅଧିକାରୀ ଅନିତା ପ୍ରଧାନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା…

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି…

ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା, ଝାରସୁଗୁଡାରେ ସର୍ବୋଚ୍ଚ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri