ଟ୍ରକକୁ ପଛପଟୁ ଧକ୍କା ଦେଲା ରୋଗୀଙ୍କୁ ନେଇ ଯାଉଥିବା ବୋଲେରୋ, ଘଟଣାସ୍ଥଳରେ…

ବଲାଙ୍ଗୀର,୧୮।୧୦ (ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ସମ୍ବଲପୁର ଏନ. ଏଚ ୨୬ ରାସ୍ତା ଜାମସର ନିକଟରେ ଶନିବାର ବିଳମ୍ବିତ ରାତିରେ ସଡକ ଦୁର୍ଘଟଣାରେ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଗୁରୁତର ଅଛନ୍ତି । ଏନଏଚ ୨୬ ବଲାଙ୍ଗୀର ସମ୍ବଲପୁର ରାସ୍ତା କଡରେ ଛିଡା ହୋଇଥିବା ଟ୍ରକକୁ ଏକ ବୋଲେରୋ ଗାଡି ପଛପଟୁ ପିଟିଥିଲା । ସୂଚନା ଅନୁଯାୟୀ କଳାହାଣ୍ଡି ଜିଲା ତୁମୁରା ଗାଁର ଦୁଇଜଣ ରୋଗୀଙ୍କୁ ଚିକିତ୍ସା କରିବା ପାଇଁ ଡ୍ରାଇଭର ସହିତ ୮ ଜଣ ବୁର୍ଲା ମେଡିକାଲକୁ ଯାଇଥିଲେ । ଚିକିତ୍ସା ପରେ ସମସ୍ତେ ବୋଲେରୋରେ ନିଜ ଗାଁକୁ ଫେରୁଥିଲେ । କିନ୍ତୁ ବଲାଙ୍ଗୀର ଜାମସର ନିକଟରେ ଦ୍ରୁତ ଗତିରେ ଆସୁଥିବା ବୋଲେରୋ ଗାଡି ଟ୍ରକକୁ ପିଟି ଦେଇଥିଲା। ଫଳରେ ଦୁର୍ଘଟଣା ଜାଗାରେ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା । l ଗାଡ଼ିରେ ଥିବା ଅନ୍ୟ ସାତ ଜଣ ଗୁରୁତର ହୋଇଥିଲେ । ଦୁର୍ଘଟଣାର ଖବର ପାଇ ଅଗ୍ନିଶମ ବାହିନୀ ଓ ପୋଲିସ ଗୁରୁତରମାନଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଗୁରୁତର ହେବାରୁ ଡାକ୍ତର ଗୁରୁତରମାନଙ୍କୁ ଅଧିକ ଚିକିତ୍ସା ପାଇଁ ବୁର୍ଲା ମେଡ଼ିକାଲକୁ ରେଫର କରିଥିଲେ। ବୁର୍ଲା ଯିବା ପୁର୍ବରୁ ଆଉ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା । ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଗୁରୁତର ଛଅ ଜଣ ଏବେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି । ସେମାନଙ୍କର ପରିବାର ଲୋକେ ହସ୍ପିଟାଲ ପହଞ୍ଚିଥିବା ଜଣାପଡିଛି । ମୃତକ ହେଲେ କବିରାଜ ଜଗତ(୪୭), ମଣିଜର ସେଠିଆ(୫୦)। ଦୁର୍ଘଟଣାକୁ ନେଇ ପୁଇଁତଳା ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ଥିବା ଥାନା ଅଧିକାରୀ ଅନିତା ପ୍ରଧାନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

ବ୍ଲକ୍‌ରେ ନାହିଁ ଶିଶୁଉଦ୍ୟାନ, ଖେଳପଡ଼ିଆ, ପଠାଗାର ଶିଶୁ, ଯୁବଗୋଷ୍ଠୀଙ୍କ ମାନସିକ ଓ ଶାରିରୀକ ବିକାଶରେ ବାଧା

ନନ୍ଦପୁର,୧୬ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୩ ପଞ୍ଚାୟତବାସୀ, ଶିଶୁ, କିଶୋର, ମହିଳା, ଯୁବଗୋଷ୍ଠୀ ଓ ବୃଦ୍ଧାବୃଦ୍ଧଙ୍କ ପାଇଁ କୌଣସି ଚିତ୍ତ ବିନୋଦନର…

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି।…

ଶେଷ ହେଲା ଯୁଦ୍ଧ! ପ୍ରଥମଥର ପାଇଁ ଇରାନ ନେଇଛି ଏହି ପ୍ରମୁଖ ପଦକ୍ଷେପ… ଅକାମୀ ହୋଇଗଲାଣି ଇସ୍ରାଏଲର ପ୍ରତିରକ୍ଷା ବ୍ୟବସ୍ଥା…

ଜେରୁଜେଲମ,୧୬।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ୧୫ ଦିନରୁ ଅଧିକ ସମୟ ବିତିଗଲାଣି। ଏହା ମଧ୍ୟରେ, ରିପୋର୍ଟ ଆସିଛି ଯେ ଇରାନର IRGC (ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

SCB ଅଗ୍ନିକାଣ୍ଡ: ପ୍ରଧାନମନ୍ତ୍ରୀଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ନେଇ ଅବଗତ….

ଭୁବନେଶ୍ବର,୧୬।୩(ସୁନିତ୍‌ ମିଶ୍ର):  କଟକ ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ  ୧୦ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri